ଆଜି ନୂଆ ବିଜେଡି ଅଫିସ ଉଦ୍‌ଘାଟନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ୟୁନିଟ-୬ କ୍ୟାପିଟାଲ ହସ୍ପିଟାଲ ନିକଟରେ ଥିବା ବିଜୁ ଜନତା ଦଳର ନବନିର୍ମିତ ଶଙ୍ଖ ଭବନ କାର୍ଯ୍ୟାଳୟ ଉଦ୍‌ଘାଟନ ହେବ। ରବିବାର ପବିତ୍ର ଅୟକ୍ଷ ତୃତୀୟା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଏହି ଦଳୀୟ କାର୍ଯ୍ୟାଳୟ ଉଦ୍‌ଘାଟନ କରିବେ। ପର୍ବାହ୍ନ ୯ଟା ସୁଦ୍ଧା ଦଳୀୟ ନେତା ଓ କର୍ମୀମାନେ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ କୁହାଯାଇଛି।
୨୦୨୧ ଜୁଲାଇ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଦଳୀୟ କାର୍ଯ୍ୟାଳୟର ଶୁଭ ଦେଇଥିଲେ। ପ୍ରାୟ ୨ ବର୍ଷ ମଧ୍ୟରେ ଏହି କାର୍ଯ୍ୟାଳୟ ଉଦ୍‌ଘାଟନ ହେବାକୁ ଯାଉଛି। ଏଥିରେ ଓଡ଼ିଶାର କଳାସ୍ଥାପତ୍ୟକୁ ଗୁରୁତ୍ୱ ଦିଆଯାଇଛି। ପ୍ରାୟ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ଏହି ଭବନରେ ୪ ମହଲା ରହିଛି। ତଳ ମହଲା ପାର୍କିିଂ ପାଇଁ ରଖାଯାଇଥିବା ବେଳେ ପ୍ରଥମ ମହଲାରେ ୧ ହଜାରରୁ ଊର୍ଦ୍ଧ୍ୱ ଲୋକ ବସିବା ଭଳି କନ୍‌ଭେନଶନ ହଲ୍‌, ୨୫୦ ସିଟ୍‌ ବିଶିଷ୍ଟ ଅଡିଟୋରିୟମ କରାଯାଇଛି। ଏଥିସହିତ ଗଣମାଧ୍ୟମ ପ୍ରତିନିଧିଙ୍କ ଲାଗି ମଧ୍ୟ କନ୍‌ଫରେନ୍ସ ହଲ୍‌ ରହିଛି। ଦ୍ୱିତୀୟ ମହଲାରେ ୩୦ଟି ରୁମ୍‌ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ସ୍ବତନ୍ତ୍ର କାର୍ଯ୍ୟାଳୟ କରାଯାଇଥିବା ବେଳେ ଦଳୀୟ କର୍ମକର୍ତ୍ତାଙ୍କ ପାଇଁ ସ୍ବତନ୍ତ୍ର ଚାମ୍ବର କରାଯାଇଛି। ଏଠାରେ ଆଇଟି ସେଲ୍‌ ପାଇଁ ମଧ୍ୟ ଏକ କାର୍ଯ୍ୟାଳୟ ରହିଛି। ଏଥିରେ କ୍ୟାଣ୍ଟିନ ସହ ଅତ୍ୟାଧୁନିକ ସୁବିଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?