ଗଜଲକ୍ଷ୍ମୀ ପୂଜା ମଣ୍ଡପରେ ନୂଆ ବ୍ଲକ ଶିକ୍ଷାଧିକାରୀ, ଦାୟିତ୍ୱ ଗ୍ରହଣ କରୁ କରୁ ମା ’ଙ୍କୁ କଲେ ଦର୍ଶନ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅଞ୍ଚଳ କଲୋନୀ ନୀଳାଦ୍ରି ବିହାର ୨ୟ ଲେନରେ ନିର୍ମିତ ମା ’ ଗଜଲକ୍ଷ୍ମୀ ଙ୍କ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ବହୁ ସଂଖ୍ୟକ ମହିଳା ମା ’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭାବେ ଡ. ଶଙ୍କର ପ୍ରସାଦ ବେଜ ସୋମବାର ଦାୟିତ୍ୱ ଗ୍ରହଣ କରିବା ପରେ ସନ୍ଧ୍ୟାରେ ପୂଜା ମଣ୍ଡପରେ ମା ’ ଗଜଲକ୍ଷ୍ମୀଙ୍କ ଦର୍ଶନ କରି ଜନସାଧାରଣଙ୍କ ମଙ୍ଗଳ କାମନା କରିଥିଲେ। ନୂଆ ବ୍ଲକ ଶିକ୍ଷାଧିକାରୀଙ୍କ ସହ ଏବିଓ ବିଶ୍ରବା ପାଇକ,ରସାନନ୍ଦ ଘଡେଇ, ସିଆରସି ଅନିଲ କୁମାର ଦାସ, ସହକାରୀ ଶିକ୍ଷକ ସନାତନ ପଟ୍ଟନାୟକ,ସୁଦାମ ଦାସ,ଦିବାକର ପାଣିଗ୍ରାହୀ, ଯାଜ୍ଞସିନି ରଥ ପ୍ରମୁଖ ଉପସ୍ଥିତ ଥିଲେ। ପଣ୍ଡିତ ସମ୍ଭବ କୁମାର ତ୍ରିପାଠୀ, କାହ୍ନା ତ୍ରିପାଠୀଙ୍କ ପୋରୋହିତ୍ୟରେ ଅନୁଷ୍ଠିତ ହୋମ ଯଜ୍ଞରେ ପୂଜା କମିଟି ସଭାପତି ତଥା କର୍ତ୍ତା ଦାମୋଦର ପାଢ଼ୀ, ପରିଚାଳନା କମିଟି ସମ୍ପାଦକ କୈଳାସ ଦାସ, ପରିଚାଳକ ରବୀନ୍ଦ୍ର ପାଢ଼ୀ, କୋଷାଧ୍ୟକ୍ଷ ପ୍ରଭାକର ପାଣିଗ୍ରାହୀ,ବିଜୟ କୁମାର ପ୍ରଧାନ,ସୁଦାମ ଦାସ, ଟୁକୁନା ପ୍ରଧାନ, ଲକ୍ଷ୍ମୀନାରାୟଣ ପାଢ଼ୀଙ୍କ ସମେତ ବହୁ ସଂଖ୍ୟକ ସାହି ବାସିନ୍ଦା ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପୂଜା ଉତ୍ସବ ନିମନ୍ତେ ଅନୁଷ୍ଠିତ ହୋମଯଜ୍ଞ ମଙ୍ଗଳବାର ମଧ୍ୟାହ୍ନରେ ପୂର୍ଣ୍ଣାହୁତି କରାଯିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri