Posted inଜାତୀୟ

ଗର୍ଭଯନ୍ତ୍ରଣା ହେଉଥିବା ମହିଳାଙ୍କୁ ଥାନାକୁ ନେଇଗଲା ପୋଲିସ, ଆଉ ତା’ପରେ

ଗାନ୍ଧୀନଗର,୧୫।୭: ଗୁଜୁରାଟର ବନାଶକାଣ୍ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ଅବହେଳା ଯୋଗୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଛି। ପୀଡିତାଙ୍କ ପରିବାର ଅନୁଯାୟୀ, ଘରେ ଜଣେ ଗର୍ଭବତୀ ମହିଳାଙ୍କ ଗର୍ଭଯନ୍ତ୍ରଣା ହେଉଥିଲା। ଏହା ପରେ ପରିବାର ସଦସ୍ୟ ତାଙ୍କୁ ଡାକ୍ତରଖାନା ନେଉଥିଲେ। ଏହି ସମୟରେ ରାସ୍ତାରେ ଦୁଇଜଣ ପୋଲିସ ସେମାନଙ୍କୁ ଅଟକାଇ ଥିଲେ। ମାସ୍କ ପିନ୍ଧି ନ ଥିବାରୁ ସମସ୍ତଙ୍କୁ ପୋଲିସ ଷ୍ଟେଶନକୁ ନେଇଥିଲେ। ପୋଲିସ କର୍ମଚାରୀମାନେ ଦୀର୍ଘ ସମୟ ଧରି ଷ୍ଟେସନରେ ମାସ୍କ ନ ପିନ୍ଧିଥିବାରୁ ପ୍ରଶ୍ନ କରିଥିଲେ। ଏଥିରେ ଗର୍ଭବତୀ ମହିଳାଙ୍କୁ କଷ୍ଟ ହୋଇଥିଲେ ମଧ୍ୟ ବସିଥିଲେ। ପୋଲିସ ଷ୍ଟେସନ ଛାଡିବା ପରେ ଗର୍ଭବତୀ ମହିଳାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଆହୁରି ଖରାପ ହେବାକୁ ଲାଗିଲା। ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ତାଙ୍କ ଅବସ୍ଥା ବିଗିଡି ଯାଇ ଡାକ୍ତରମାନେ ତାଙ୍କୁ ସହରର ବଡ ଡାକ୍ତରଖାନା ନେବାକୁ କହିଥିଲେ। ବାଟରେ ତାଙ୍କ ଅବସ୍ଥା ବିଗିଡି ଯାଇଥିଲା। ତାଙ୍କୁ ଏକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କର ସିଜରିଆନ ଅପରେସନ ହେବା ପରେ ଏକ ମୃତ ଶିଶୁ ବାହାରିଥିଲା।

ଏହା ପରେ ନବଜାତ ଶିଶୁର ମୃତ୍ୟୁରେ ଦୁଃଖିତ ପରିବାର ତାଙ୍କ ମୃତଦେହ ନେଇ ପୋଲିସ ଷ୍ଟେସନରେ ପହଞ୍ଚିଥିଲେ। ତାଙ୍କ ମୃତଦେହକୁ ପୋଲିସ ଷ୍ଟେସନ ଟେବୁଲ ଉପରେ ରଖି ପରିବାର ଲୋକେ କାର୍ଯ୍ୟାନୁଷ୍ଠାନ ଦାବି କରିବା ଆରମ୍ଭ କରିଥିଲେ। ପରିବାର ଲୋକଙ୍କ କହିବାନୁସାରେ, ନବଜାତ ଶିଶୁର ମୃତ୍ୟୁ ପାଇଁ ପୋଲିସ ଦାୟୀ। ସମଗ୍ର ମାମଲାର ଗମ୍ଭୀରତାକୁ ଦେଖି ପୋଲିସ ଅଧୀକ୍ଷକ ଏହି ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଗୁଜରାଟରେ ଏପର୍ଯ୍ୟନ୍ତ କରୋନା ଜୀବାଣୁ ସଂକ୍ରମଣର ୪୨୭୨୨ ମାମଲା ରିପୋର୍ଟ ହୋଇଛି। କରୋନାରେ ୨୦୫୫ ଜଣଙ୍କର ମୃତ୍ୟୁ ହୋଇଛି। ରାଜ୍ୟରେ ୨୯୭୭୦ଲୋକ କରୋନା ଜୀବାଣୁ ଦ୍ୱାରା ଆରୋଗ୍ୟ ହୋଇଛନ୍ତି। ବର୍ତ୍ତମାନ ଗୁଜୁରାଟରେ କରୋନା ଜୀବାଣୁ ସଂକ୍ରମଣର ୧୦୮୯୭ ମାମଲା ସକ୍ରିୟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?