ଆକ୍ସିସ ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୩।୯ (ଅଭୟ ଦାଶ): ଆକ୍ସିସ ବ୍ୟାଙ୍କର ନୂତନ ଶାଖା (୪ଟି ନୂଆ ଶାଖା) ନିକଟରେ କଟକ ଜିଲାର ଚୌଦ୍ୱାର ଓ ନିଶ୍ଚିନ୍ତକୋଇଲି ଏବଂ କେନ୍ଦ୍‌ୁଝର ଜିଲାର ଚମ୍ପୁଆ ସମେତ ମୟୂରଭଞ୍ଜ ଜିଲାର ବାହାଲଦାଠାରେ ଉଦଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଟକ ଜିଲାର ଚୌଦ୍ୱାରଠାରେ ଆୟୋଜିତ ସ୍ବତନ୍ତ୍ର ଉଦଘାଟନୀ ଉତ୍ସବରେ ଚୌଦ୍ୱାର ଏମ୍‌ଏଲ୍‌ଏ ସୌଭିକ ବିଶ୍ୱାଳ,ଚୌଦ୍ୱାର କଲେଜ ଅଧ୍ୟକ୍ଷା (ପ୍ରିନ୍ସିପାଲ) ରଶ୍ମୀ ରାଉତରାୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆକ୍ସିସ୍‌ ବ୍ୟାଙ୍କର ଭୁବନେଶ୍ୱର ସର୍କଲ ହେଡ୍‌ ବିପ୍ଳବୀ ପଟ୍ଟନାୟକ, କ୍ଲଷ୍ଟର ହେଡ୍‌ ବିଭୁଦତ୍ତ ମିଶ୍ର, ଆକ୍ସିସ ଲାୟବିଲିଟି ସେଲ୍‌ସ ବିଭାଗର କ୍ଲଷ୍ଟର ହେଡ୍‌ ଦେବାଶିଷ ଜେନାଙ୍କ ସମେତ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତି ଥିଲେ। ଏ ସମ୍ପର୍କରେ ଆକ୍ସିସ ବ୍ୟାଙ୍କର ଅଧ୍ୟକ୍ଷ ଓ ବ୍ରାଞ୍ଚ ବ୍ୟାଙ୍କିଙ୍ଗ୍‌ ବିଭାଗର ମୁଖ୍ୟ ଅର୍‌ନିକା ଦୀକ୍ଷିତ୍‌ କହିଛନ୍ତି, ଓଡିଶା ବଜାରରେ ଆମର ଏହି ନୂତନ ଶାଖାଗୁଡିକର ଉଦଘାଟନ ସହିତ ବ୍ୟାଙ୍କ ବିବିଧ ଗ୍ରାହକ ବର୍ଗଗୁଡିକ ସହ ନିଜର ସମ୍ପର୍କକୁ ସୁଦୃଢ କରିବାକୁ ଆବଶ୍ୟକ କାର୍ଯ୍ୟକ୍ରମ ଜାରି ରଖିବ ଏବଂ ସେମାନଙ୍କୁ ଏକାଧିକ ସ୍ମାର୍ଟ ଓ କଷ୍ଟମାଇଜ୍‌ଡ ଫାଇନାନ୍ସିଆଲ ସଲ୍ୟୁଶନ ପାଇଁ ସହଜ ପହଞ୍ଚ ମଧ୍ୟ ପ୍ରଦାନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri