ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୯: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନୂତନ ଶାଖା (ବୌଦ୍ଧଗଡ଼ ଶାଖା) ବୌଦ୍ଧ ଜିଲାର ବୁଟୁପାଲି ରୋଡ୍‌ସ୍ଥିତ ଜାମୁ ଛକଠାରେ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବୌଦ୍ଧ ଜିଲା ପରିଷଦର ସିଡିଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲା ବେଳେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପ୍ରବନ୍ଧକ ଆଲୋକ କୁମାର ମିଶ୍ର ଏବଂ ବୌଦ୍ଧଗଡ଼ ଶାଖାର ଶାଖା ପ୍ରବନ୍ଧକ ଶୁଭାଶିଷ ପାତ୍ରଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଉକ୍ତ ଶାଖା ଜରିଆରେ ଗ୍ରାହକମାନେ ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍‌ କାରବାର ଏବଂ ସେବା ପାଇପାରିବେ। ଏପରିକି ଗ୍ରାହକଙ୍କ ଆବଶ୍ୟକତା ଉପରେ ଶାଖା କାର୍ଯ୍ୟ କରିବ ବୋଲି ବ୍ୟାଙ୍କ ପକ୍ଷରୁ ମତବ୍ୟକ୍ତ କରାଯାଇଛି। ଉକ୍ତ ଶାଖାକୁ ମିଶାଇ ରାଜ୍ୟରେ ବ୍ୟାଙ୍କର ମୋଟ ୪୯ ଶାଖା କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri