Odisha Elections 2024

ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା

ଭୁବନେଶ୍ୱର,୭।୭:ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା ଭୁବନେଶ୍ୱରର କେଶୁରାଠାରେ ଉଦଘାଟିତ ହୋଇଯାଇଛି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବହୁ ବରିଷ୍ଠ ଅଧିକାରୀଙ୍କ ସମେତ ଶାଖାର ସମସ୍ତ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଭୁବନେଶ୍ୱର ସହରରେ ଏହା ବ୍ୟାଙ୍କର ୨୭ତମ ଶାଖା ହୋଇଥିବା ବେଳେ ରାଜ୍ୟରେ ୧୮୦ତମ ଶାଖା ସହିତ ୩୪୦ ଏଟିଏମ୍‌ର ଏକ ବ୍ୟାପକ ନେଟ୍‌ୱର୍କ ରହିଛି। ଉଲ୍ଲେଖଯୋଗ୍ୟ, ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଗ୍ରାହକମାନଙ୍କୁ ଶାଖା, ଏଟିଏମ୍‌, କଲ ସେଣ୍ଟର, ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ ଓ ମୋବାଇଲ୍‌ ବ୍ୟାଙ୍କିଙ୍ଗ ଭଳି ବିବିଧ ମାଧ୍ୟମରେ ସେବା ପ୍ରଦାନ କରାଯାଉଛି। ବିଶେଷ କରି ବ୍ୟାଙ୍କ ପକ୍ଷରୁ ଗ୍ରାହକମାନଙ୍କୁ ବିଭିନ୍ନ ପ୍ରକାର ଖାତା, ଜମା, ଋଣ ଆଦି ସୁବିଧା ପ୍ରଦାନ କରାଯାଉଛି, ଯେଉଁଥିରେ ଚଳନ୍ତି ଖାତା, ଫିକ୍ସଡ୍‌ ଓ ରିକରିଂ ଜମା, ବ୍ୟବସାୟ ଋଣ, ଗୃହ ଋଣ, ବ୍ୟକ୍ତିଗତ ଋଣ, ଗାଡ଼ି ଋଣ, ସୁନା ଋଣ ଓ ଫୋରେକ୍ସ ସେବା ଆଦି ସାମିଲ ରହିଛି। ଉକ୍ତ ଶାଖାରେ ଏକ ଏଟିଏମ୍‌ ତଥା କ୍ୟାଶ୍‌ ରିସାଇକ୍‌ଲର ମେଶିନ୍‌ (ସିଆର୍‌ଏମ୍‌) ରହିଛି,ଯେଉଁଥିରେ ନଗଦ ଟଙ୍କା ଜମା କରି ହେବ ଏବଂ ଗ୍ରାହକମାନେ ସେଥିରୁ ଟଙ୍କା ମଧ୍ୟ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇପିଏଫ୍‌ଓରେ ଯୋଡ଼ି ହେଲେ ୧୪.୪୧ ଲକ୍ଷ ସଦସ୍ୟ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟନିଧି ସଂଗଠନ(ଇପିଏଫ୍‌ଓ)ଗତ ମାର୍ଚ୍ଚ ମାସରେ ୧୪.୪୧ ଲକ୍ଷ ନେଟ୍‌ ସଦସ୍ୟଙ୍କୁ ଯୋଡ଼ିଛି। ଇପିଏଫ୍‌ଓ ପକ୍ଷରୁ ସୋମବାର ମିଳିଥିବା ତଥ୍ୟ ଅନୁସାରେ ଶ୍ରମ ଓ...

ଆଇଏଆଇର ଉପାଧ୍ୟକ୍ଷ ହେଲେ ଜନ୍‌ ସ୍ଲାଭେନ

ଭୁବନେଶ୍ୱର,୨୧।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଆଲୁମିନିୟମ ସିଇଓ ଜନ୍‌ ସ୍ଲାଭେନଙ୍କୁ ନିକଟରେ ଅନ୍ତର୍ଜାତୀୟ ଆଲୁମିନିୟମ ପ୍ରତିଷ୍ଠାନ (ଆଇଏଆଇ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।...

ଆଜି ଖୋଲିବ ଏବିଏଲ୍‌ର ରାଟଟ୍‌ସ ଇସ୍ୟୁ

ନୂଆଦିଲ୍ଲୀ,୨୧।୫: ଦେଶର ଅଗ୍ରଣୀ ତଥା ଏକ ପିୟୋର ଭେଜ (ପୂର୍ଣ୍ଣ ଶାକାହାରୀ) ପ୍ରାଣୀ ସ୍ବାସ୍ଥ୍ୟ ପ୍ରଯତ୍ନକାରୀ ସମାଧାନ କମ୍ପାନୀ ଅଜୁନି ବାୟୋଟେକ ଲିମିଟେଡ ବା ଏବିଏଲ...

ବିଓଏମ୍‌ର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୧।୫: ବ୍ୟାଙ୍କ୍‌ ଅଫ ମହାରାଷ୍ଟ୍ର (ବିଓଏମ୍‌)ର ବାର୍ଷିକ ଫଳାଫଳ ଅନୁଯାୟୀ ବ୍ୟାଙ୍କ ମୋଟ୍‌ ବ୍ୟବସାୟ ଅଭିବୃଦ୍ଧି ତଥା ଋଣଦାତାଙ୍କ ମଧ୍ୟରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ...

ଶୁଭେନ୍ଦୁ ନାଲ୍‌କୋର ମାନବସମ୍ବଳ ମହାପ୍ରବନ୍ଧକ

ଅନୁଗୋଳ,୨୧ା୫ (ଅମିତ କୁମାର ସାମଲ): ଅନୁଗୋଳସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋର ନୂଆ ମାନବ ସମ୍ବଳ ମହାପ୍ରବନ୍ଧକ ଭାବେ ଦାୟିତ୍ୱ ତୁଲାଇବେ ଶୁଭେନ୍ଦୁ କୁମାର ନାୟକ। ଏ...

୬.୫% ଜିଡିପି ଅଭିବୃଦ୍ଧି ହାରରେ ଦେଶ ଧନୀ ହେବନାହିଁ

ଭୁବନେଶ୍ୱର,୨୧।୫(ଅନୁରାଧା ମହାରଣା): ଜି -୨୦ ଦେଶ ମଧ୍ୟରେ ଭାରତର ଅର୍ଥନୀତି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତଥାପି ଏହା ଏକ ଗରିବ ଦେଶରେ ଗଣାଯାଉଛି। ଭାରତରେ...

ଓଡ଼ିଶାରେ ସିବିଆଇର ପ୍ରଥମ ମହିଳା ଶାଖା

ଭୁବନେଶ୍ୱର,୨୧।୫ (ଅଭୟ ଦାଶ): ଓଡ଼ିଶାରେ ସେଣ୍ଟ୍ରାଲ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ସିବିଆଇର ପ୍ରଥମ ମହିଳା ଶାଖା ଭୁବନେଶ୍ୱରସ୍ଥିତ ନୟାପଲ୍ଲୀଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ...

ପ୍ରଥମଥର ୩ ଲକ୍ଷ କୋଟି ପାର କଲା ବ୍ୟାଙ୍କ ଗୁଡ଼ିକର ଲାଭ

ମୁମ୍ବାଇ,୨୦।୫: ପ୍ରଥମ ଥର ପାଇଁ ବ୍ୟାଙ୍କିଙ୍ଗ କ୍ଷେତ୍ରର ମୋଟ ଲାଭ ଆର୍ଥିକ ବର୍ଷ ୨୦୨୪ ରେ ୩ ​​ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ତାଲିକାଭୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri