ବଲାଙ୍ଗୀରରେ ଆଇସିଆଇସିଆଇର ନୂତନ ଶାଖା

ଭୁବନେଶ୍ୱର, ୫।୯: ଆଇସିଆଇସିଆଇ ବ୍ୟାଙ୍କର ନୂତନ ଶାଖା ବଲାଙ୍ଗୀର ଜିଲା ଅନ୍ତର୍ଗତ ଚନ୍ଦ୍ରଶେଖର ନଗରଠାରେ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରାଣା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷ କରି ଉକ୍ତ ଶାଖାରେ ଏଟିଏମ୍‌-ତଥା-କ୍ୟାଶ୍‌ ରିସାଇକଲର୍‌ ମେଶିନ୍‌ (ସିଆରଏମ୍‌) ଉପଲବ୍ଧ ରହିଛି, ଯାହା ଗ୍ରାହକମାନଙ୍କୁ ଚବିଶ ଘଣ୍ଟିିଆ ନଗଦ ଜମା ଓ ଉଠାଣ ସେବା ପ୍ରଦାନ କରିବ। ସେହିଭଳି ନୂତନ ଖାତା ଖୋଲିବାଠାରୁ ନେଇ ବାଣିଜ୍ୟ ଓ ବିଦେଶୀ ମୁଦ୍ରା ବିନିମୟ ସେବା, ରିକରିଂ ଜମା, ବ୍ୟବସାୟ ଋଣ, ଗୃହ ଋଣ, ବ୍ୟକ୍ତିଗତ ଋଣ, ଗାଡ଼ି ଋଣ ଓ ସୁନା ଋଣ ଭଳି ବିଭିନ୍ନ ସେବା ଉକ୍ତ ଶାଖା ଜରିଆରେ ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ଉକ୍ତ ଶାଖାରେ ରେମିଟାନ୍ସ ଓ କାର୍ଡ ସେବା ସାଙ୍ଗକୁ ଲକର ସୁବିଧା ମଧ୍ୟ ପ୍ରଦାନ କରାଯାଉଛି। ବିଶେଷ କରି ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ ଓ ଦୃଷ୍ଟିହୀନ ବ୍ୟକ୍ତିଙ୍କ ପାଇଁ ଡୋର୍‌-ଷ୍ଟେପ୍‌ ବ୍ୟାଙ୍କିଙ୍ଗ୍‌ ସୁବିଧା ଉପଲବ୍ଧ ରହିଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶାରେ ବ୍ୟାଙ୍କର ୧୮୦ ରୁ ଅଧିକ ଶାଖା ଓ ୩୫୦ ଏଟିଏମ୍‌ର ବ୍ୟାପକ ନେଟ୍‌ୱର୍କ ରହିଛି। ଆଇସିଆଇସିଆଇ ବ୍ୟାଙ୍କ ପକ୍ଷରୁ ଶାଖା, ଏଟିଏମ୍‌, କଲ୍‌ ସେଣ୍ଟର, ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ ଏବଂ ମୋବାଇଲ୍‌ ବ୍ୟାଙ୍କିଙ୍ଗ୍‌ ଭଳି ବ୍ୟାପକ ସେବା ଗ୍ରାହକଙ୍କୁ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri