ଇଣ୍ଡିଆନ୍‌ ବ୍ୟାଙ୍କର ନବୀକରଣ ଶାଖା ପରିସର ଉଦ୍‌ଘାଟିତ

ଭୁବନେଶ୍ୱର,୩।୩ (ଅଭୟ ଦାଶ): ଇଣ୍ଡିଆନ୍‌ ବ୍ୟାଙ୍କର ଗଞ୍ଜାମସ୍ଥିତ ଭେଜିପୁଟଠାରେ ଥିବା ପଥରା ଶାଖାର ନବୀକରଣ ପରିସର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ଏମ୍‌.ଅରୁଣା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର (ପଥରା ଶାଖାର ନବୀକରଣ ପରିସର) ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ଉଚ୍ଛବ ଚନ୍ଦ୍ର ପାତ୍ର,ଉପ-ଆଞ୍ଚଳିକ ମୁଖ୍ୟ ଅରକ୍ଷିତ ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।
ଏହି ପରିପ୍ରେକ୍ଷୀରେ ଯୋଗଦେଇଥିବା ସମସ୍ତ ଗ୍ରାହକଙ୍କୁ ପାତ୍ର ଧନ୍ୟବାଦ ଜଣାଇବା ସହ ବିଭିନ୍ନ ବ୍ୟାଙ୍କିଙ୍ଗ୍‌ ଉପତ୍ାଦ ଯଥା: ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି), ଗୃହ ଋଣ, ଗାଡ଼ି ଋଣ, ଏମ୍‌ଏସ୍‌ଏମ୍‌ଇ ଉପତ୍ାଦ ଏବଂ ଇଣ୍ଡିଆନ୍‌ ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ବ୍ୟାଙ୍କିଙ୍ଗ୍‌ ସେବା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ସେହିଭଳି ବ୍ୟାଙ୍କର ୩୦୦ ଓ ୪୦୦ ଦିନିଆ ମିଆଦୀ ଜମା ଉପରେ ବ୍ୟାଙ୍କର ଉଚ୍ଚତମ ସୁଧ ହାର ଉପରେ ସେ ବିସ୍ତୃତ ସୂଚନା ଦେଇଥିଲେ। ଅପରପକ୍ଷରେ ୨୪ଘଣ୍ଟିଆ ବ୍ୟାଙ୍କିଙ୍ଗ୍‌ ସେବା ନିମନ୍ତେ ଡିଜିଟାଲ ପ୍ଲାଟ୍‌ଫର୍ମକୁ ଆପଣେଇବା ପାଇଁ ପାତ୍ର ସମସ୍ତ ଗ୍ରାହକଙ୍କୁ ନିବେଦନ କରିଥିଲେ। ପରିଶେଷରେ ପଥରା ଶାଖାର ଶାଖା ପ୍ରବନ୍ଧକ ପ୍ରଦୀପ କୁମାର ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri