ଏସ୍‌ବିଆଇର ନୂତନ ଅଭିଯାନ

ଭୁବନେଶ୍ୱର, ୭।୧୦ : ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଅଭିଯାନ ‘ମୋବାଇଲ ହାଣ୍ଡ୍‌ହେଲ୍‌ଡ ଡିଭାଇସ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ୟାଙ୍କର ବ୍ୟାଙ୍କିଙ୍ଗ୍‌ ସେବାକୁ ଲୋକମାନଙ୍କ ପାଖରେ ସୁବିଧାରେ ପହଞ୍ଚାଇବା ଲାଗି ଏଭଳି ଏକ ଅଭିଯାନର ଅୟମାରମ୍ଭ ହୋଇଯାଇଛି। ଏପରିକି ବ୍ୟାଙ୍କର ଏଫ୍‌ଆଇ ଗ୍ରାହକମାନଙ୍କ ଲାଗି ଉକ୍ତ ମୋବାଇଲ୍‌ ହାଣ୍ଡ୍‌ହେଲ୍‌ଡ ଡିଭାଇସ୍‌ର ଡିଜାଇନ କରାଯାଇଛି। ଏ ସମ୍ପର୍କରେ ଏସ୍‌ବିଆଇ ଚେୟାରମ୍ୟାନ ଦିନେଶ ଖାରା କହିଛନ୍ତି, ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଅଭିଳାଷ ପୂରଣ କରିବା ପାଇଁ ସମାଜର ସବୁବର୍ଗ ବିଶେଷକରି ବ୍ୟାଙ୍କ ପହଞ୍ଚତ୍ ନ ଥିବା ସ୍ଥାନରେ ବ୍ୟାଙ୍କ ସେବାକୁ ପହଞ୍ଚାଇବା ହେଉଛି ଆମର ଲକ୍ଷ୍ୟ। ମୋବାଇଲ୍‌ ହାଣ୍ଡ୍‌ହେଲ୍‌ଡ ଡିଭାଇସ୍‌ର ଶୁଭାରମ୍ଭ ସହ ଗ୍ରାହକମାନେ ସେମାନଙ୍କ ଅଞ୍ଚଳରେ ରହି ଏକ ନିରବଚ୍ଛିନ୍ନ ବ୍ୟାଙ୍କ କାରବାର ଅନୁଭୂତି ହାସଲ କରିପାରିବେ। ଗ୍ରାହକମାନଙ୍କ ପାଖରେ ବ୍ୟାଙ୍କ ସେବା ସୁବିଧାରେ ପହଞ୍ଚାଇବାକୁ ପ୍ରୟାସ ଜାରି ରହିବ। ଏହି ପ୍ରଯୁକ୍ତି ପ୍ରେରିତ ଅଭିଯାନ ଡିଜିଟାଇଜେଶନ ଜରିଆରେ ସାମାଜିକ କଲ୍ୟାଣ ଓ ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ସଶକ୍ତ କରିବା ପାଇଁ ବ୍ୟାଙ୍କର ପ୍ରତିବଦ୍ଧତାକୁ ଦୃଢ଼ କରୁଛି। ଅପରପକ୍ଷରେ ଉକ୍ତ ଅଭିଯାନକୁ ଖାରା ଆନୁଷ୍ଠାନିକ ଭାବେ ଉନ୍ମୋଚନ କରିଛନ୍ତି,ଯାହା ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ସଶକ୍ତ କରିବ ଏବଂ ଲୋକଙ୍କ ପାଖରେ ଆବଶ୍ୟକ ବ୍ୟାଙ୍କ ସେବା ପହଞ୍ଚାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri