ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା ସିସିଟିଭିରେ ଦୁଇଟି କାର୍‌ ଆଗପଛ ହୋଇ ହୋଟେଲ ସମ୍ମୁଖରେ ରହିବା ଏବଂ ପରେ ସେଠାରୁ ବାହାରିଯିବାର ଦୃଶ୍ୟ ରେକର୍ଡ ହୋଇଥିବା ଜଣାପଡ଼ିଛି।

ସିସିଟିଭି ଫୁଟେଜ୍‌ରେ କିଛି ସନ୍ଦିଗ୍ଧ ବ୍ୟକ୍ତି କାର୍‌ ଭିତରକୁ ଯିବାଆସିବା କରୁଥିବାର ଦୃଶ୍ୟ ମଧ୍ୟ ଥିବା ଜଣାପଡ଼ିଛି। ଏହି ଫୁଟେଜ୍‌କୁ ନେଇ ତଦନ୍ତକାରୀ ସଂସ୍ଥାର ସନ୍ଦେହ ଆହୁରି ବଢ଼ିଛି। ହୋଟେଲ ସମ୍ମୁଖରେ ଦୁଇଟି କାର୍‌ର ଗତିବିଧି ଏବଂ ସେଥିରେ ଥିବା ବ୍ୟକ୍ତିମାନଙ୍କ ପରିଚୟ ନେଇ ଛାନଭିନ୍‌ ଚାଲିଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ, ଗୋଟିଏ ଦାମୀ କାର୍‌ରେ ଓରାଙ୍ଗଉଟାନକୁ ବିଚିତ୍ରପୁର ଜଙ୍ଗଲ ଅଞ୍ଚଳକୁ ଚାଲାଣ କରାଯାଇଥିବା ସନ୍ଦେହ ନେଇ ତଦନ୍ତ ଜାରି ରହିଛି। ଦୀଘାରୁ ବିଚିତ୍ରପୁର ପର୍ଯ୍ୟନ୍ତ କାର୍‌ର ଗତିବିଧି, ହୋଟେଲରେ ରହଣି ଏବଂ ସେଠାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ଆଗମନ ଓ ପ୍ରସ୍ଥାନ ସମ୍ପର୍କିତ ତଥ୍ୟ ଯାଞ୍ଚ କରାଯାଉଛି।

ନୂଆ ସିସିଟିଭି ଫୁଟେଜ୍‌ ମିଳିବା ପରେ ଓରାଙ୍ଗଉଟାନ ଚାଲାଣ ପଛରେ କେଉଁମାନେ ଅଛନ୍ତି ଏବଂ ଏହାର ଲିଙ୍କ୍‌ କେଉଁଆଡ଼େ ରହିଛି, ତାହା ଜାଣିବା ପାଇଁ ତଦନ୍ତକୁ ଆହୁରି ଜୋରଦାର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?