ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଅଧ୍ୟାୟ: ରୋପଣ ହେଲା ଚେରୀ ବ୍ଲସ୍‌ମ ଚାରା

ଦାରିଙ୍ଗବାଡି, ୧୩।୮ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳକୁ ପ୍ରଥମଥର ପାଇଁ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଗସ୍ତ କରିଛନ୍ତି। ସେ ଅପରାହ୍ନରେ ଦାରିଙ୍ଗବାଡି ବନ ବିଭାଗର ଡାକ ବଙ୍ଗଳାରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଆରସିସିଏଫ ସଞ୍ଜୟ ସୱାଇଁ, ବିଡ଼ିଓ ଗଦାଧର ପାତ୍ର, ଅତିରିକ୍ତ ତହସିଲଦାର କୃଷ୍ଣ ଚନ୍ଦ୍ର ନାୟକ, ଡିିଏଫଓ ବିଶ୍ୱରଞ୍ଜନ ପଣ୍ଡା, ଫୁଲବାଣୀ ବନଖଣ୍ଡର ଡିଏଫଓ ପ୍ରଶାନ୍ତ ପଟେଲ,କେନ୍ଦୁଲିଫର ଡିିଏଫଓ ଶରତ କୁମାର ମିଶ୍ର, ଏସିଏଫ ସତୀଶ କୁମାର ଧାରୁଆ ପ୍ରମୁଖ ସ୍ବାଗତ କରିଥିଲେ। ପରେ ଭାଜପାର ଜିଲା ସଭାପତି ଜଗନ୍ନାଥ ସାହୁ, ମଣ୍ଡଳ ସଭାପତି ସନ୍ତୋଷ ସାହୁ, ପୂର୍ବତନ ସଭାପତି ଅରୁଣ ପ୍ରଧାନ,ଜିଲ୍ଲା ସମ୍ପାଦକ ହରେନ ସାହୁ, ଭାଲୁ ସାହୁ, ପ୍ରଭାକର ସାହୁ ପ୍ରମୁଖ ମନ୍ତ୍ରୀଙ୍କୁ ସୱାଗତ ସମ୍ବର୍ଦ୍ଧନା ଜଣାଇବା ସହ ଦାରିଙ୍ଗବାଡି ରେ ଜଙ୍ଗ ର ସୁରକ୍ଷା ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଗ୍ରୀଷ୍ମରେ ସର୍ବାଧିକ ଜଙ୍ଗଲ ପୋଡିକୁ ବନ୍ଦ କରାଇବା ଓ ପୋଡୁ ଚାଷକୁ ରୋକିବା ଦିଗରେ ଅଞ୍ଚଳବାସୀ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ସେହିପରି ଅପରାହ୍ନରେ ବିଭାଗ ପକ୍ଷରୁ ଚାରା ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା।
ଏହି ଅବସରରେ ୧ ହଜାର ଚେରୀ ବ୍ଲସ୍‌ମ ଚାରା ରୋପଣ କରାଯାଇଥିଲା ଯାହାକି ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଅଧ୍ୟାୟ ଭାବେ ଚେରୀ ବ୍ଲସମ୍‌ ଯୋଡି ହୋଇଛି। ଏହାର ଫୁଲ ସୌନ୍ଦର୍ଯ୍ୟକୁ ଦ୍ବିଗୁଣିତ କରିବ। ଦାରିଙ୍ଗବାଡିର ଶୀତଳ ଜଳବାୟୁରେ ଏହି ଫୁଲ ଗଛଟି ଭଲ ହେଉଥିବାରୁ ପରୀକ୍ଷାମୂଳକ ଭାବେ ଏହା ରୋପଣ କରାଯାଇଥିଲା। ପରେ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରିଥିଲେ। ସେହିପରି ଶ୍ରମ ବିଭାଗର ବିଭିନ୍ନ ବିଷୟରେ ସମୀକ୍ଷା କରାଯାଇଥିଲା। ସେହିପରି ସାରିଙ୍ଗିଇର୍ପି ସାହିର ମହିଳାମାନେ ପିଇବାପାଣି ସମେତ ବିଭିନ୍ନ ସମସ୍ୟା ସମ୍ପର୍କରେ ମନ୍ତ୍ରୀଙ୍କୁ ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri