ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ ରାମପୁର ଥାନାରେ ‘ଜୁଭେଣ୍ଟିକା’ – କିଶୋର କିଶୋରୀଙ୍କ ସହ ପୋଲିସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଏସପିଙ୍କ ନିର୍ଦ୍ଦେଶକ୍ରମେ ଥାନା ଅଧିକାରୀ କୈବଲ୍ୟ ସେଠ୍‌ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କିଶୋରୀମାନଙ୍କ ସୁରକ୍ଷା ଓ ମାନସିକ ସ୍ୱାସ୍ଥ୍ୟ ଭଳି ସମ୍ବେଦନଶୀଳ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ (DGP) ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଭର୍ଚୁଆଲ ମାଧ୍ୟମରେ ଉଦ୍‌ବୋଧନ ଦେଇ ଏକ ଗୁରୁତର ସତର୍କବାଣୀ ଶୁଣାଇଥିଲେ। ସେ କହିଥିଲେ ଯେ, ବର୍ତ୍ତମାନର ଯୁବପିଢ଼ି ସାମାଜିକ ଗଣମାଧ୍ୟମର ନକରାତ୍ମକ ଦିଗ ଏବଂ ସାଇବର ଅପରାଧର ସହଜ ଶିକାର ହେଉଛନ୍ତି। ଏହା ସେମାନଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ଗୁରୁତର ପ୍ରଭାବ ପକାଉଛି। କିଶୋରୀମାନଙ୍କୁ ସାଇବର ନିରାପତ୍ତା, ବଡି ଇମେଜ୍ (Body Image) ଏବଂ ବୁଲିଇଙ୍ଗ୍ (Bullying) ସମ୍ପର୍କରେ ସଚେତନ କରିବା ପାଇଁ ଥାନା ପରିସରରେ ସ୍ୱତନ୍ତ୍ର ଭିଡିଓ ପ୍ରଦର୍ଶନ କରାଯାଇଥିଲା। ଥୁଆମୂଳ ରାମପୁର, ଜାଗେଶ ପଦର, ଡୁମେର ପଦର ସମେତ ୭ଟି କେନ୍ଦ୍ରରୁ ଆସିଥିବା କିଶୋରୀମାନଙ୍କୁ ଥାନା ଭିତରର କାର୍ଯ୍ୟଶୈଳୀ ବୁଝାଯାଇଥିଲା। ଜଣେ ପୀଡ଼ିତା ବା ଅଭିଯୋଗକାରୀ ଥାନାକୁ ଆସିଲେ କିଭଳି ନିର୍ଭୟରେ ଶିଶୁ କଲ୍ୟାଣ ପୋଲିସ ଅଧିକାରୀ (CWPO)ଙ୍କୁ ଭେଟିବେ, DCO ରେଜିଷ୍ଟ୍ରେସନ ଏବଂ ମାମଲା ରୁଜୁ ହେବାର ପ୍ରକ୍ରିୟା ସମ୍ପର୍କରେ ବିସ୍ତୃତ ଧାରଣା ଦିଆଯାଇଥିଲା। କାର୍ଯ୍ୟକ୍ରମକୁ ଆଗେଇ ନେବାରେ SI ସୁଶାନ୍ତ ପଣ୍ଡା, SI ସନ୍ତୋଷ ସେଠୀ, SI ଭାସ୍କର ଖୋସଲା, ASI ନିତାଇପଦ ସରକାର ଏବଂ କନେଷ୍ଟବଳ ଶିବଶଙ୍କର ମାଝୀ, ପ୍ରତାପ ମାଝୀ, ସଙ୍ଗୀତା ଦୁର୍ଗା ପ୍ରମୁଖ ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ଏଥିସହ IRB କର୍ମଚାରୀ ଓ ଅଙ୍ଗନୱାଡି କର୍ମୀମାନେ ମଧ୍ୟ ସହଯୋଗ କରିଥିଲେ। ପୋଲିସ ଏବଂ କିଶୋରୀମାନଙ୍କ ମଧ୍ୟରେ ଥିବା ଦୂରତା କମାଇ ଏକ ସୁରକ୍ଷିତ ସମାଜ ଗଢ଼ିବା ଏହି ଅଭିଯାନର ମୂଳ ଲକ୍ଷ୍ୟ ବୋଲି ଥାନା ଅଧିକାରୀ ଶ୍ରୀ ସେଠ୍ ମତବ୍ୟକ୍ତ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ରାତି ଅଧରେ ଭୟଙ୍କର ଅଗ୍ନିକାଣ୍ଡ, ଦିନମଜୁରିଆ ପରିବାରର ସର୍ବସ୍ବ ପୋଡ଼ି ପାଉଁଶ

ଧୂଷୁରୀ,୨୪।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ବୟାଣ୍ଡିହି ପଞ୍ଚାୟତର ସଇଦଜାଫର ଗ୍ରାମରେ ଅଗ୍ନିକାଣ୍ଡ ଘଟି ଜଣେ ଦିନମଜୁରିଆ ପରିବାର ସର୍ବସ୍ବ ହରାଇଛନ୍ତି। ଗତ…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri