ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୧୮।୬:ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଉଛନ୍ତି। ନିୟମାନୁଯାୟୀ, ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶପଥ ଗ୍ରହଣ କରିବା ପରେ ଜଣେ ପରେ ଜଣେ ବିଧାୟକ ଶପଥ ପାଠ କରୁଛନ୍ତି।
ଓଡିଶାରେ ଭାଜପା ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ନୂଆ ବିଧାୟକମାନେ ବିଧାନସଭା ଦ୍ୱାରରେ ମୁଣ୍ଡିଆ ମାରି ପ୍ରବେଶ କରୁଥିତ୍ବା ଦେଖାଯାଇଛି।
ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ ଦାଖଲ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିରୋଧୀ ପ୍ରାୟତଃ ବାଚସ୍ପତି ନିର୍ବାଚନ ଲାଗି ନିଜର ପ୍ରାର୍ଥୀ ଦେଇ ନ ପାରନ୍ତି। ଅନ୍ୟପଟେ ଭାଜପାରୁ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନୂଆ ବାଚସ୍ପତି ନିର୍ବାଚନ ପରିଚାଳନା ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri