Posted inଜାତୀୟ

ପ୍ରାୟ ୧୨ ସପ୍ତାହ ପାଇଁ କାର୍ଯ୍ୟ କରିବେ ନୂଆ ମୁଖ୍ୟମନ୍ତ୍ରୀ …

ଚଣ୍ଡିଗଡ଼,୧୯।୯: ପଞ୍ଜାବ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଇସ୍ତଫା ଦେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ହାଇକମାଣ୍ଡ ଅଡୁଆରେ ପଡ଼ିଛନ୍ତି। ହାଇକମାଣ୍ଡ ଏନେଇ ଅମ୍ବିକା ସୋନୀଙ୍କୁ କହିଥିଲେ ମଧ୍ୟ ସେ ଏହାକୁ ପ୍ରତ୍ୟାଖାନ କରିଥିବା କୁହାଯାଉଛି। ଅମ୍ବିକା ସୋନୀ ରାଜ୍ୟରେ ଜଣେ ଶିଖଙ୍କୁ ଏହି ଦାୟିତ୍ୱ ଦେବାକୁ କହିଛନ୍ତି। ତେବେ ଚାରିଜଣ କଂଗ୍ରେସ ନେତା ସୁନୀଲ ଝାଖଡ଼, ନବଜୋତ ସିଂ ସିଦ୍ଧୁ, ସୁଖଜିନ୍ଦର ସିଂ ରାନ୍ଧୱା ଏବଂ ପ୍ରତାପ ସିଂ ବାଜୱାଙ୍କ ନାମକୁ ନେଇ ହାଇକମାଣ୍ଡ ଚର୍ଚ୍ଚା କରୁଛନ୍ତି।

ରାଜ୍ୟରେ ଯିଏବି ମୁଖ୍ୟମନ୍ତ୍ରୀ ହେବେ ସେ ମାତ୍ର ୧୨ ସପ୍ତାହ ପାଇଁ ଏହି ପଦବୀରେ ରହିବେ। ଏହାପରେ ପଞ୍ଜାବରେ ୨୦୨୨ରେ ବିଧାନସଭା ନିର୍ବାଚନ କରାଯିବ। ଆସନ୍ତା ବର୍ଷ ଫେବୃଆରୀ ମାସରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଜାନୁଆରୀରେ ନିର୍ବାଚନ ଆଚରଣ ସଂହିତା ଲାଗୁ ହେବାର ଆଶା ରହିଛି।

ଏଭଳି ପରିସ୍ଥିତିରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନିଜର ଦକ୍ଷତା ପ୍ରଦର୍ଶନ ପାଇଁ ମାତ୍ର ୧୨ ସପ୍ତାହ ସମୟ ରହିବ। କିନ୍ତୁ ଏହାକୁ ନେଇ ଦଳରେ ଅସନ୍ତୁଷ୍ଟଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଯାହାର ପ୍ରଭାବ ରାଜ୍ୟ ବିଧାନସଭା ନିର୍ବାଚନରେ ପଡ଼ିବ। ପଞ୍ଜାବରେ ଅମରିନ୍ଦର ସିଂ ବେଶ୍‌ ଲୋକପ୍ରିୟ। ତାଙ୍କୁ ହଟାଇ କଂଗ୍ରେସ ଅଡୁଆରେ ପଡ଼ିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri