ବାଲିଯାତ୍ରା ପାଇଁ ଗଠନ ହେବ ନୂଆ କମିଟି

କଟକ,୩ା୧୦(କାର୍ତ୍ତିକ ସାହୁ): ଚଳିତ ବର୍ଷ ବାଲିଯାତ୍ରା ଆୟୋଜନ ଦାୟିତ୍ୱରୁ କଟକ ମହାନଗର ନିଗମ (ସିଏମ୍‌ସି)କୁ ଅନ୍ତର କରାଯାଇଥିବା ନେଇ ପ୍ରଚାରିତ ଗୁଜବକୁ ଶୁକ୍ରବାର ଖଣ୍ଡନ କରାଯାଇଛି। କଟକ ଜିଲା ସାଂସ୍କୃତିକ ପରିଷଦର ଗୋଚରକୁ ଏପରି ଗୁଜବ ଆସିବା ପରେ ଏନେଇ ପ୍ରେସ୍‌ ଇସ୍ତାହାର ମାଧ୍ୟମରେ ଗୁଜବ ସମ୍ପୂର୍ଣ୍ଣ ଭାବେ ମିଥ୍ୟା ଓ ଭ୍ରମାତ୍ମକ ବୋଲି କୁହାଯାଇଛି। ଅପରପକ୍ଷରେ ଚଳିତ ବାଲିଯାତ୍ରାର ସୁପରିଚାଳନା ପାଇଁ କଟକ ମହାନଗର ନିଗମ, କଟକ ଉନ୍ନୟନ କର୍ତ୍ତୃପକ୍ଷ, ସହରାଞ୍ଚଳ ପୋଲିସ ଆଦି ସହଯୋଗୀ ଅନୁଷ୍ଠାନଗୁଡ଼ିକୁ ନେଇ ଏକ କମିଟି ଗଠନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

କଟକ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ ହେବାକୁ ଥିବା ଉକ୍ତ କମିଟିରେ ସିଏମ୍‌ସି କମିଶନର ଆବାହକ ସଦସ୍ୟ ଭାବେ ରହିବାକୁ ସ୍ଥିର ହୋଇଛି। ତେଣୁ ବାଲିଯାତ୍ରା ପରିଚାଳନାରୁ ସିଏମ୍‌ସିକୁ ବାଦ୍‌ ଦିଆଯିବାର ପ୍ରଶ୍ନ ଉଠୁନାହିଁ ବୋଲି କୁହାଯାଇଛି। କଟକର ଗର୍ବ ହେଉଛି କଟକ ବାଲିଯାତ୍ରା। ତେଣୁ ବାଲିଯାତ୍ରାକୁ ସରସ ସୁନ୍ଦର କରିବା ପାଇଁ ଜନସାଧାରଣଙ୍କଠାରୁ ଆରମ୍ଭ କରି ସବୁସ୍ତରରୁ ସହଯୋଗ ଓ ଉଦ୍ୟମ ଲୋଡ଼ା ବୋଲି ପରିଷଦ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

ହାତୀକୁ ଧକ୍କା ଦେଲା ଟ୍ରେନ୍‌: ଚାଲିଗଲା ଜୀବନ

ମୁନିଗୁଡ଼ା/ବିଷମକଟକ,୧୦।୯(ନନ୍ଦ କିଶୋର ପଟ୍ଟନାୟକ/ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲାର ମୁନିଗୁଡ଼ା ରେଞ୍ଜ ଅନ୍ତର୍ଗତ ବିଷମକଟକ ବ୍ଲକର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରେନ ଇଞ୍ଜିନ ଧକ୍କାରେ ଏକ ଦନ୍ତା…

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri