CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୯୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୨୦ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୧୧ ଲୋକାଲ କେସ୍‌ ରହିଛି।
ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୩ ଆକ୍ରାନ୍ତ ରହିଛନ୍ତି। ସେହିପରି ଅନୁଗୋଳ ୧୨୦, ବାଲେଶ୍ୱର ୭୩, ବରଗଡ଼ ୬୬, ଭଦ୍ରକ ୬୪, ବଲାଙ୍ଗୀର ୬୪, ବୌଦ୍ଧ ୭, କଟକ ୧୫୩, ଦେବଗଡ଼ ୯, ଢେଙ୍କାନାଳ ୩୫, ଗଜପତି ୯, ଗଞ୍ଜାମ ୨୭, ଜଗତ୍‌ସିଂହପୁର ୭୮, ଯାଜପୁର ୬୭, ଝାରସୁଗୁଡ଼ା ୫୬, କଳାହାଣ୍ଡି ୪୫, କନ୍ଧମାଳ ୪୬, କେନ୍ଦ୍ରାପଡ଼ା ୬୧, କେନ୍ଦୁଝର ୬୫, କୋରାପୁଟ ୨୯, ମାଲକାନଗିରି ୩୮, ମୟୂରଭଞ୍ଜ ୯୯, ନବରଙ୍ଗପୁର ୬୨, ନୟାଗଡ଼ ୨୩, ନୂଆପଡ଼ା ୪୩, ପୁରୀ ୭୨, ରାୟଗଡ଼ା ୨୫, ସମ୍ବଲପୁର ୩୭, ସୋନପୁର ୩୦, ସୁନ୍ଦରଗଡ଼ ୧୦୪ ଏବଂ ଷ୍ଟେଟ ପୋଲ ୫୧।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୭୪୧୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୦୭୫୦ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୨୫୨୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?