CORONAVIRUS UPDATE: ରାଜ୍ୟରେ ପୁଣି ରେକର୍ଡ ଭାଙ୍ଗିଲା ସଂକ୍ରମିତଙ୍କ ସଂଖ୍ୟା; ୩୦ ଜିଲାରୁ ୩୯୯୬ ଚିହ୍ନଟ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୩୯୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୫୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୬୩୭ ଟି ଲୋକାଲ କେସ୍‌ ରହିଛି।


ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧,୪୩,୧୧୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୪୪୫୮ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।