ଭୁବନେଶ୍ୱରରୁ ଆଉ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ହେଲେ ୪୦୫

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୪୬୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୫ ରହିଛି। ସେହିପରି ଭୁବନେଶ୍ୱରରୁ ୪୦୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟକରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୯୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୭୫୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୧୩୦ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।