ଭୁବନେଶ୍ୱରରୁ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୨୧

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ପଜିଟିଭଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ୧୯୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୭୪୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେବି ୩୫୯୫ ଚିକିତ୍ସାଧୀନ ରହିଛନ୍ତି। ୮୮ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୧ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।