ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୬ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭୧ ଲୋକାଲ କେସ୍‌ ରହିଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୬୦ଜଣ ରହିଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୧୭, ଭଦ୍ରକରୁ ୪, ବଲାଙ୍ଗୀରରୁ ୨୦, ବୌଦ୍ଧରୁ ୧, କଟକରୁ ୨୫, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୭, ଜଗତସିଂହପୁରରୁ ୬, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୯, କେନ୍ଦୁଝରରୁ ୬, ଖୋର୍ଦ୍ଧାରୁ ୪୬, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୪, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୮ଜଣ, ସମ୍ବଲପୁରରୁ ୨୬ଜଣ, ସୁନ୍ଦରଗଡ଼ରୁ ୬୨ଜଣ, ଷ୍ଟେଟ ପୁଲରୁ ୧୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ସେହିପରି ଆଜି ୫ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri