ନୂଆ କରୋନା ଭାରିଆଣ୍ଟ୍‌ , ଡେଲ୍ଟାଠାରୁ ବି ଭୟଙ୍କର..

ଜେନେଭା,୨।୯: ପୃଥିବୀରେ କରୋନା ମହାମାରୀର ଆତଙ୍କ ଜାରି ରହିଛି। ମହାମାରୀରୁ ଦୂରେଇ ରହିବା ପାଇଁ ଟିକାକରଣ ଅଭିଯାନ ମଧ୍ୟ ଜୋରସୋରରେ ଚାଲିଛି। ତଥାପି, ଏହି ଭୁତାଣୁର ବିଭିନ୍ନ ଭାରିଆଣ୍ଟ ସୃଷ୍ଟି ହେବାରେ ଲାଗିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ବର୍ତ୍ତମାନ ଅନ୍ୟ ଏକ ନୂତନ କରୋନା ଭାରିଆଣ୍ଟ୍‌ ‘ମ୍ୟୁ’କୁ ଟ୍ରାକିଂ କରିବା ଆରମ୍ଭ ହୋଇଛି।

କଲମ୍ବିଆରେ‘ମ୍ୟୁ’ଭାରିଆଣ୍ଟର କେତେକ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ବି-୧-୬୨୧ର ଅନ୍ୟ ଏକ ରୂପ। ଏହା ପ୍ରଥମେ ଚଳିତ ବର୍ଷ ଜାନୁଆରୀରେ ଚିହ୍ନଟ ହୋଇଥିଲା। ଏହି ଭାରିଆଣ୍ଟ୍‌ରେ ଆକ୍ରାନ୍ତ ୪ ହଜାର ମାମଲା ୪୦ ରୁ ଅଧିକ ଦେଶରେ ଚିହ୍ନଟ କରାଯାଇଛି। ‘ମ୍ୟୁ’ ଭାରିଆଣ୍ଟ ବିଷୟରେ ଏବେ ଚିନ୍ତା ବଢ଼ିବାରେ ଲାଗିଛି। ଡବ୍ଲ୍ୟୁଏଚ୍‌ଓ ଅନୁସାରେ ଏହା ଡେଲ୍ଟା ଭାରିଆଣ୍ଟଠାରୁ ମଧ୍ୟ ଅଧିକ ଭୟଙ୍କର। ଏହା ଟିକାକୁ ଅକାମୀ କରିପାରେ ଏବଂ ଅଧିକ ବେଗରେ ସଂକ୍ରାମଣ ମଧ୍ୟ କରିବାକୁ ସକ୍ଷମ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ରିପୋର୍ଟରେ କୁହାଯାଇଛି, ଜାନୁଆରୀ ୨୦୨୧ରେ କଲମ୍ବିଆରେ ‘ମ୍ୟୁ’ ଭାରିଆଣ୍ଟ ଦେଖାଦେଇଥିଲା। ଏହା ଦକ୍ଷିଣ ଆମେରିକା ଏବଂ ୟୁରୋପ ସହିତ ଅନ୍ୟ ଦେଶଷଣ ପହଞ୍ଚିଛି। ତେବେ ଏହାଦ୍ୱାରା ଆକ୍ରାନ୍ତ ହୋଇଥିବା ଲୋକଙ୍କ ସଂଖ୍ୟା ୦.୧ ପ୍ରତିଶତରୁ କମ୍‌ ରହିଛି। ତେବେ ସତର୍କ ନହେଲେ ଆଗାମୀ ଦିନରେ ଏହା ତାଣ୍ଡବ ରଚିବା ଆଶଙ୍କା ଥିବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri