ଫେରିଲା ନାଇଟ୍‌ କର୍ଫ୍ୟୁ, ଏସବୁରେ କଟକଣା ଲଗାଇଲେ ରାଜ୍ୟ ସରକାର; ଜାଣନ୍ତୁ…

ଭୁବନେଶ୍ୱର,୫।୧(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ କୋଭିଡ୍‌ ଗାଇଡଲାଇନ୍‌ ଜାରି କରାଯାଇଛି। ଏ ସଂକ୍ରାନ୍ତରେ ଏସ୍‌ଆର୍‌ସି ପ୍ରଦୀପ ଜେନାଙ୍କ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ସମସ୍ତ ସହରାଞ୍ଚଳରେ ଲାଗୁ ହେବ ନାଇଟ୍‌ କର୍ଫୁ। ରାତି ୯ଟାରୁ ସକାଳ ୫ଟା ଯାଏ ନାଇଟ୍‌ କର୍ଫ୍ୟୁ ରହିବ। କଟକଣା ସମୟରେ ଅତ୍ୟାବଶ୍ୟକୀୟ ସୁବିଧା ପୂର୍ବପରି ଉପଲବ୍ଧ ରହିବ। ଜାନୁୟାରୀ ମାସରେ ଦଶମ ଶ୍ରେଣୀ ଆସେସମେଣ୍ଟ ପରୀକ୍ଷା ଜାରି ରହିବ। ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଅଫଲାଇନ କ୍ଲାସ ବନ୍ଦ ରହିବ । କେବଳ ଡାଉଟ କ୍ଲିଅର କ୍ଲାସ ଜାରି ରହିବ । ଅଭିଭାବକ ମାନଙ୍କ ପରାମର୍ଶ କ୍ରମେ ଡାଉଟକ୍ଲିଅର କ୍ଲାସ କାର୍ଯ୍ୟକ୍ରମ କରାଯିବ  ।

ଅପରପକ୍ଷେ ସକାଳ ୫ଟା ରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଦୋକାନ, ବଜାର, ହାଟ ଆଦି ଖୋଲା ରହିବ। କିନ୍ତୁ ଦୋକାନ-ମଲ୍‌ ଆଦି ମାଲିକମାନେ ଏହି ସମୟରେ କୋଭିଡ୍‌ ଗାଇଡଲାଇନ୍‌ ପାଳନ କରିବେ। ଏଥିରେ ଖିଲାପ ହେଲେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଅର୍ଥାତ ପ୍ରଶାସନ ପକ୍ଷରୁ ଖିଲାପକାରୀଙ୍କ ଦୋକାନ, ମଲ୍‌ ଆଦି ସାତ ଦିନ ପାଇଁ ବନ୍ଦ କରାଯିବ। ହୋଟେଲ-ବାର- ଢାବା ଆଦି ରାତି ୯ ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ଥିବାବେଳେ ୫୦ ପ୍ରତିଶତ ସିଟ୍‌ରେ ଗ୍ରାହକ ବସି ପାରିବେ। ଏଥିସହ ସେଠାରେ କୋଭିଡ୍‌ର ସମସ୍ତ ଗାଇଡଲାଇନ ଅନୁପାଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି।

ସେହିପରି ରାସ୍ତା କଡ଼ରେ ବସୁଥିବା ଉଠା ଦୋକାନୀ ମଧ୍ୟ ଅଳ୍ପ ସଂଖ୍ୟକ ଲୋକଙ୍କୁ ନେଇ ବ୍ୟବସାୟ କରିବେ । ଅତିକ୍ରମରେ ଏହି ସମୟରେ ସଭିଙ୍କ ମଧ୍ୟରେ ଦୂରତା ୬ ଫୁଟ ରହିବ। ପୂର୍ବରୁ ଯାତ୍ରା ପାଇଁ ସରକାର ଦୁଇ ହଜାର ଦର୍ଶକ ଅନୁମତି ଦେଇଥିବାବେଳେ ବର୍ତ୍ତମାନ ତାହାକୁ ହ୍ରାସ ଘଟାଇ ଏକ ହଜାର କରାଯାଇଛି । ଥିଏଟର ଓ ଫିଲ୍ମ ହଲ୍‌ ଗୁଡ଼ିକ ୫୦ ପ୍ରତିଶତ ଦର୍ଶକରେ ଖୋଲାଯିବ । ସେହିଭଳି ସାମାଜିକ କାର୍ଯ୍ୟକ୍ରମ, ଧାର୍ମିକ କାର୍ଯ୍ୟକ୍ରମ ଓ ସଭା ସମିତି ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

ବିବାହ ଉତ୍ସବରେ ମାତ୍ର ୧୦୦ ଜଣଙ୍କୁ ଅନୁମତି ରହିଛି । ୩୦ ଜଣ ବରଯାତ୍ରୀଙ୍କୁ ମଧ୍ୟ ମିଳିଛି ଅନୁମତି । ଅନ୍ତେଷ୍ଟି କାର୍ଯ୍ୟରେ ସର୍ବାଧିକ ୫୦ ଲୋକଙ୍କୁ ଅନୁମତି ଦିଆଯାଇଛି । ସାମାଜିକ ଓ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଯାଇଛି । କୌଣସି ଶିକ୍ଷାନୁଷ୍ଠାନ ପିକ୍‌ନିକ୍‌ ଆୟୋଜନ କରିପାରିବେ ନାହିଁ । ମକର ସଂକ୍ରାନ୍ତି କେବଳ ନୀତି ହେବ, ଗହଳି ହେବ ନାହିଁ । ସ୍ଥାନୀୟ ମୁରବୀ ମାନେ ପରିସ୍ଥିତି ଉପରେ ନଜର ରଖି ନିଷ୍ପତି ନେବେ  ।  କୌଣସି ଶିକ୍ଷାନୁଷ୍ଠାନ ପିକ୍‌ନିକ୍‌ ଆୟୋଜନ କରିପାରିବେ ନାହିଁ । ନନ୍ଦନକାନନ ଯିବା ପାଇଁ ହେଲେ  ପର୍ଯ୍ୟଟକ ଅନ୍‌ଲାଇନ୍‌ ଟିକେଟ କାଟିବେ। ତେବେ କଟକଣାରେ ଇନଡୋର ଏବଂ ଆଉଟଡୋର ଫିଲ୍ମ ଶୁଟିଂ ହୋଇପାରିବ । ୫୦ ଜଣ ଲୋକଙ୍କୁ ନେଇ ଶୁଟିଂ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri