ଫେରିଲା ନାଇଟ୍‌ କର୍ଫ୍ୟୁ, ଏସବୁରେ କଟକଣା ଲଗାଇଲେ ରାଜ୍ୟ ସରକାର; ଜାଣନ୍ତୁ…

ଭୁବନେଶ୍ୱର,୫।୧(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ କୋଭିଡ୍‌ ଗାଇଡଲାଇନ୍‌ ଜାରି କରାଯାଇଛି। ଏ ସଂକ୍ରାନ୍ତରେ ଏସ୍‌ଆର୍‌ସି ପ୍ରଦୀପ ଜେନାଙ୍କ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ସମସ୍ତ ସହରାଞ୍ଚଳରେ ଲାଗୁ ହେବ ନାଇଟ୍‌ କର୍ଫୁ। ରାତି ୯ଟାରୁ ସକାଳ ୫ଟା ଯାଏ ନାଇଟ୍‌ କର୍ଫ୍ୟୁ ରହିବ। କଟକଣା ସମୟରେ ଅତ୍ୟାବଶ୍ୟକୀୟ ସୁବିଧା ପୂର୍ବପରି ଉପଲବ୍ଧ ରହିବ। ଜାନୁୟାରୀ ମାସରେ ଦଶମ ଶ୍ରେଣୀ ଆସେସମେଣ୍ଟ ପରୀକ୍ଷା ଜାରି ରହିବ। ସେପଟେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଅଫଲାଇନ କ୍ଲାସ ବନ୍ଦ ରହିବ । କେବଳ ଡାଉଟ କ୍ଲିଅର କ୍ଲାସ ଜାରି ରହିବ । ଅଭିଭାବକ ମାନଙ୍କ ପରାମର୍ଶ କ୍ରମେ ଡାଉଟକ୍ଲିଅର କ୍ଲାସ କାର୍ଯ୍ୟକ୍ରମ କରାଯିବ  ।

ଅପରପକ୍ଷେ ସକାଳ ୫ଟା ରୁ ରାତ୍ରି ୯ଟା ପର୍ଯ୍ୟନ୍ତ ଦୋକାନ, ବଜାର, ହାଟ ଆଦି ଖୋଲା ରହିବ। କିନ୍ତୁ ଦୋକାନ-ମଲ୍‌ ଆଦି ମାଲିକମାନେ ଏହି ସମୟରେ କୋଭିଡ୍‌ ଗାଇଡଲାଇନ୍‌ ପାଳନ କରିବେ। ଏଥିରେ ଖିଲାପ ହେଲେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଅର୍ଥାତ ପ୍ରଶାସନ ପକ୍ଷରୁ ଖିଲାପକାରୀଙ୍କ ଦୋକାନ, ମଲ୍‌ ଆଦି ସାତ ଦିନ ପାଇଁ ବନ୍ଦ କରାଯିବ। ହୋଟେଲ-ବାର- ଢାବା ଆଦି ରାତି ୯ ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ଥିବାବେଳେ ୫୦ ପ୍ରତିଶତ ସିଟ୍‌ରେ ଗ୍ରାହକ ବସି ପାରିବେ। ଏଥିସହ ସେଠାରେ କୋଭିଡ୍‌ର ସମସ୍ତ ଗାଇଡଲାଇନ ଅନୁପାଳନ କରାଯିବ ବୋଲି ନିର୍ଦ୍ଦେଶ ରହିଛି।

ସେହିପରି ରାସ୍ତା କଡ଼ରେ ବସୁଥିବା ଉଠା ଦୋକାନୀ ମଧ୍ୟ ଅଳ୍ପ ସଂଖ୍ୟକ ଲୋକଙ୍କୁ ନେଇ ବ୍ୟବସାୟ କରିବେ । ଅତିକ୍ରମରେ ଏହି ସମୟରେ ସଭିଙ୍କ ମଧ୍ୟରେ ଦୂରତା ୬ ଫୁଟ ରହିବ। ପୂର୍ବରୁ ଯାତ୍ରା ପାଇଁ ସରକାର ଦୁଇ ହଜାର ଦର୍ଶକ ଅନୁମତି ଦେଇଥିବାବେଳେ ବର୍ତ୍ତମାନ ତାହାକୁ ହ୍ରାସ ଘଟାଇ ଏକ ହଜାର କରାଯାଇଛି । ଥିଏଟର ଓ ଫିଲ୍ମ ହଲ୍‌ ଗୁଡ଼ିକ ୫୦ ପ୍ରତିଶତ ଦର୍ଶକରେ ଖୋଲାଯିବ । ସେହିଭଳି ସାମାଜିକ କାର୍ଯ୍ୟକ୍ରମ, ଧାର୍ମିକ କାର୍ଯ୍ୟକ୍ରମ ଓ ସଭା ସମିତି ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

ବିବାହ ଉତ୍ସବରେ ମାତ୍ର ୧୦୦ ଜଣଙ୍କୁ ଅନୁମତି ରହିଛି । ୩୦ ଜଣ ବରଯାତ୍ରୀଙ୍କୁ ମଧ୍ୟ ମିଳିଛି ଅନୁମତି । ଅନ୍ତେଷ୍ଟି କାର୍ଯ୍ୟରେ ସର୍ବାଧିକ ୫୦ ଲୋକଙ୍କୁ ଅନୁମତି ଦିଆଯାଇଛି । ସାମାଜିକ ଓ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଯାଇଛି । କୌଣସି ଶିକ୍ଷାନୁଷ୍ଠାନ ପିକ୍‌ନିକ୍‌ ଆୟୋଜନ କରିପାରିବେ ନାହିଁ । ମକର ସଂକ୍ରାନ୍ତି କେବଳ ନୀତି ହେବ, ଗହଳି ହେବ ନାହିଁ । ସ୍ଥାନୀୟ ମୁରବୀ ମାନେ ପରିସ୍ଥିତି ଉପରେ ନଜର ରଖି ନିଷ୍ପତି ନେବେ  ।  କୌଣସି ଶିକ୍ଷାନୁଷ୍ଠାନ ପିକ୍‌ନିକ୍‌ ଆୟୋଜନ କରିପାରିବେ ନାହିଁ । ନନ୍ଦନକାନନ ଯିବା ପାଇଁ ହେଲେ  ପର୍ଯ୍ୟଟକ ଅନ୍‌ଲାଇନ୍‌ ଟିକେଟ କାଟିବେ। ତେବେ କଟକଣାରେ ଇନଡୋର ଏବଂ ଆଉଟଡୋର ଫିଲ୍ମ ଶୁଟିଂ ହୋଇପାରିବ । ୫୦ ଜଣ ଲୋକଙ୍କୁ ନେଇ ଶୁଟିଂ କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?