ହଟିଲା ସପ୍ତାହାନ୍ତ ଶଟ୍‌ଡାଉନ୍‌: ୧୦ଟା ଯାଏ ଦୋକାନ ବଜାର ଖୋଲା; ବିବାହରେ ନାଚି ପାରିବେ ବରଯାତ୍ରୀ

ଭୁବନେଶ୍ୱର,୩୧।୮(ବ୍ୟୁରୋ): କରୋନା ମହାମାରୀକୁ ନେଇ ସେପ୍ଟେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍‌ ଜାରି ହୋଇଛି। ଏହା ଅକ୍ଟୋବର ପହିଲା ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା ମଙ୍ଗଳବାର ଘୋଷଣା କରିଛନ୍ତି। ତେବେ ନୂଆ ଘୋଷଣା ଅନୁଯାୟୀ, ରାଜ୍ୟରେ କୌଣସି ଜିଲାରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ରହିବ ନାହିଁ। ପୂର୍ବରୁ ତିନୋଟି ଜିଲା ଭୁବନେଶ୍ୱର, କଟକ ଏବଂ ପୁରୀରେ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଜାରି ରହିଥିଲା। ଏବେ ଏହାକୁ ହଟାଇ ଦିଆଯାଇଛି।

ଏହାଛଡ଼ା ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ରହିବ। ରାତି ୧୦ରୁ ସକାଳ ୫ଟା ଯାଏ ସବୁ ପୌରାଞ୍ଚଳରେ ନାଇଟ କର୍ଫ୍ୟୁ ରହିବ। ସାରା ରାଜ୍ୟରେ ସକାଳ ୫ଟାରୁ ରାତି ୧୦ଟା ଯାଏ ଦୋକାନ ବଜାର ଖୋଲା ରହିବ। ସେହିପରି ଧାର୍ମିକ, ରାଜନୈତିକ, ସମାଜିକ ସମାବେଶରେ କଟକଣା ବଳବତ୍ତର ରହିବ। ମେଳା ମହୋତ୍ସବ, ପ୍ରଦର୍ଶନୀ ଉପରେ ବାରଣ ଜାରି ରହିବ। ପ୍ରେକ୍ଷାଳୟ, ଅଡିଟୋରିୟମରେ ଗାଇଡଲାଇନ ମାନି ମିଟିଂ ହୋଇପାରିବ। ବାହାଘର, ଅନ୍ତ୍ୟେଷ୍ଟି କାର୍ଯ୍ୟରେ ୨୫୦ ଲୋକଙ୍କୁ ଏକାଠି ଅନୁମତି ଦିଆଯାଇଛି। ପରିବାର, ପୁରୋହିତ, ବ୍ୟାଣ୍ଡ ପାର୍ଟି ସମସ୍ତଙ୍କୁ ମିଶାଇ ୨୫୦ ଜଣ ବିବାହ ଶୋଭାଯାତ୍ରାକୁ ଅନୁମତି ଦିଆଯାଇଛି। ପ୍ରାଧିକୃତ ଅଧିକାରୀଙ୍କଠାରୁ ଲିଖିତ ଅନୁମତି ନେଇ ବିବାହ ଶୋଭାଯାତ୍ରା ହୋଇପାରିବ। ସମସ୍ତ ମ୍ୟୁଜିୟମ, ପାଠାଗାର କୋଭିଡ୍‌ ନିୟମ ମାନି ଖୋଲିପାରିବ ବୋଲି ଏସ୍‌ଆର୍‌ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri