ଅନ୍ୟ ରାଜ୍ୟକୁ ବସ୍‌ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍‌ଡାଉନ ଏବଂ ଅନ୍ୟ ୨୦ଟି ଜିଲାର ସହରାଞ୍ଚଳରେ ନାଇଟକର୍ଫ୍ୟୁ ଲାଗୁ କରାଯାଇଛି। ଏତିସହ ଆନ୍ତଃ ରାଜ୍ୟ ବସ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ବାତିଲ କରିଛନ୍ତି ରାଜ୍ୟ ସରକାର। ସେହିପରି ସମସ୍ତ ସରକାରୀ ଓ ଘରୋଇ ଅଫିସଗୁଡ଼ିକୁ ସର୍ବାଧିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ପରିଚାଳିତ ହେବ। ଏ ନେଇ ଗୁରୁବାର ରାଜ୍ୟ ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଆସନ୍ତା ୧୯ତାରିଖରୁ ଆନ୍ତଃ ରାଜ୍ୟ ବସ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ବାତିଲ କରାଯିବ। କେବଳ ରାଜ୍ୟ ଭିତରେ ବସ୍‌ ଚଳାଚଳ କରିବ। ତେବେ ବସ୍‌ରେ ଛିଡ଼ା ହୋଇ କୌଣସି ଯାତ୍ରୀ ଯାଇପାରିବେ ନାହିଁ, କେବଳ ସିଟ ଯେତିକି ସେହି ସଂଖ୍ୟକ ଯାତ୍ରୀ ଯିବେ। ଟ୍ୟାକ୍ସି ଓ ଅଟୋ ରିକ୍ସାରେ ସର୍ବାଧିକ ୨ ଜଣ ଯାତ୍ରୀଙ୍କୁ ଯିବା ପାଇଁ ଅନୁମତି ମିଳିବ। ସିନେମା ହଲରେ ସିଟ କ୍ଷମତାର ୫୦ ପ୍ରତିଶତ ଆସନରେ ଦର୍ଶକଙ୍କୁ ଅନୁମତି ମିଳିବ। ଅପେରା ଓ ଯାତ୍ରା ଏକ ହଜାର ଲୋକଙ୍କୁ ନେଇ ଚାଲିପାରିବ। ତେବେ ସ୍ଥାନୀୟ ଜିଲାପାଳମାନେ ସ୍ଥିତିକୁ ଚାହିଁ ଏହି ଯାତ୍ରା ଓ ଅପେରା ପାଇଁ ଅନୁମତି ଦେବେ।
ରାଜ୍ୟର ସମସ୍ତ ସରକାରୀ ଅଫିସଗୁଡ଼ିକ ସର୍ବାଧିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ ଚାଲିବ । ଏଥିପାଇଁ ସାଧାରଣ ପ୍ରଶାସନ ବିଭାଗ ସ୍ବତନ୍ତ୍ର ଭାବେ ନିର୍ଦ୍ଦେଶନାମା ଜାରି କରିବେ । ଏଥିସହ ଘରୋଇ ସଂସ୍ଥାର ଅଫିସ ଓ ବ୍ୟାଙ୍କଗୁଡ଼ିକ ଯଥାସମ୍ଭବ କମ କର୍ମଚାରୀ ହୋଇପାରିବ ସେଥିରେ କାମ କରିବେ। ସେହିପରି ଧାର୍ମିକ, ସାଂସ୍କୃତିକ, ରାଜନୀତିକ ସଭା ଓ ଶୋଭାଯାତ୍ରା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି ହୋଇଛି। ମନ୍ଦିରରେ କେବଳ ସେବକଙ୍କୁ ନେଇ ନୀତିକାନ୍ତି ପାଳନ ହେବ। ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ ଉପରେ କଟକଣା ଜାରି ହୋଇଛି । ହାଟ ବଜାରରେ ପୂର୍ବଭଳି ବ୍ୟବସାୟୀମାନେ ଦୂରେଇ ବସି ବ୍ୟବସାୟ କରିବେ। ଯେଉଁମାନେ ଏହି ନିୟମକୁ ଅମାନ୍ୟ କରିବେ ସେମାନଙ୍କ ବିରୋଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri