ନୂଆ ଆପରାଧିକ ଆଇନ ସଚେତନତା: ବହୁସଂଖ୍ୟାରେ ଜନସାଧାରଣଙ୍କ ଯୋଗଦାନ

ଲାଞ୍ଜିଗଡ଼,୫ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ଥାନା ପକ୍ଷରୁ ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶାଳଙ୍କ ସଭାପତିତ୍ୱରେ ଛତ୍ରପୁର ପଞ୍ଚାୟତ ଅଧିନସ୍ଥ ମସ୍କI ପଦର ଗ୍ରାମ ପରିସରରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଛତ୍ରପୁର ସରପଞ୍ଚ ସୁଷମା ମାଝୀ, ନାଏବ ସରପଞ୍ଚ ଲଳିତ ସାହୁ, ୱାର୍ଡ ମେମୱର ଡ୍ରିଙ୍କୁ ମାଝୀ, ଯୋଗାଣ ସହାୟକ ମିଥୁନ ମହାକୁଡ଼, ଗାଁ ଗୌନ୍ତିଆ ମାଲି ମାଝୀ , ରାଜନା ମାଝୀ ସମେତ ଗାଁର ମହିଳା ଓ ପୁରୁଷ ବହୁ ସଂଖ୍ୟାରେ ଯୋଗଦେଇଥିଲେ।

ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ, ୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ, ୧୮୭୨କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ସଂହିତା, ୨୦୨୩ ସହିତ ବଦଳାଇ ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ଏକ ପରିବର୍ତ୍ତନମୂଳକ ପଦକ୍ଷେପ ଆରମ୍ଭ କରିଛି। ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରି ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତ୍ତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତ୍ତନକୁ ସୂଚାଇଥାଏ । ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଆପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ, ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ। ଏହି ସଂସ୍କାର ଭାରତରେ ଏକ ସମାନ, ଆଧୁନିକ ଏବଂ ନ୍ୟାୟସମ୍ପନ୍ନ ଆଇନଗତ ଢାଞ୍ଚା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସୂଚିତ କରୁଛି ବୋଲି ଥାନା ଅଧିକାରୀ ଶ୍ରୀ ବିଶ୍ୱାଳ ଗ୍ରାମବାସୀ ମାନଙ୍କୁ ବୁଝାଇଥିଲେ । ଏହି କାର୍ଯ୍ୟକ୍ରମରେ ଲାଞ୍ଜିଗଡ ଥାନା ଏସଆଇ ଡୋଳାମଣି ବିଶି, ଏଏସଆଇ ବଳଭଦ୍ର ଗୌଡ଼, ଏଏସଆଇ ସ୍ବର୍ଣ୍ଣଲତା ଗମାଙ୍ଗ, ଆଇଆରବି ଇନଚାର୍ଜ ସମେତ ପୋଲିସ ସୁରକ୍ଷା ବଳ ପ୍ରମୁଖ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିଲା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri