ବିଜେପୁର ଥାନା ପକ୍ଷରୁ ନୂଆ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧିକାରୀ ବିଶ୍ଵମ୍ବର କହଁରଙ୍କ ସଭାପତିତ୍ୱରେ ବେନଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ଠାରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏସଆଇ ଶ୍ୟାମ କୁଲସିକା ସ୍ୱାଗତ ଭାଷଣ ଦେଇଥିବା ବେଳେ ଉପସ୍ଥିତ ଥିବା ସମସ୍ତ ଭଦ୍ରବ୍ୟକ୍ତି ମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ l

ଏହି କାର୍ଯ୍ୟକ୍ରମରେ ବେନଗାଁ ପଞ୍ଚାୟତ ସରପଞ୍ଚ ପୁରାଣା ମାଝୀ, ଦିଲ୍ଲୀପ ହରିଜନ, ରମାକାନ୍ତ ସାହୁ,କର୍ଣ୍ଣ ସାହୁ, କଦଗୋ ମାଝୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠି , ସମାଜସେବୀ, ଶିକ୍ଷାବିତ ସମେତ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ବହୁ ସଂଖ୍ୟାରେ ଯୋଗଦେଇଥିଲେ I ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ, ୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ, ୧୮୭୨କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ସଂହିତା, ୨୦୨୩ ସହିତ ବଦଳାଇ ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ଏକ ପରିବର୍ତ୍ତନମୂଳକ ପଦକ୍ଷେପ ଆରମ୍ଭ କରିଛି।

ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରି ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତ୍ତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତ୍ତନକୁ ସୂଚାଇଥାଏ । ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଆପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ, ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ। ଏହି ସଂସ୍କାର ଭାରତରେ ଏକ ସମାନ, ଆଧୁନିକ ଏବଂ ନ୍ୟାୟସମ୍ପନ୍ନ ଆଇନଗତ ଢାଞ୍ଚା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସୂଚିତ କରୁଛି I

ସମାଜରେ ଦିନକୁ ଦିନ ଘଟୁଥିବା ଡକାୟତି, ରାହାଜାନି, ଦୁଷ୍କର୍ମ, ଗଣଦୁଷ୍କର୍ମ ବେଆଇନଭାବେ ଗାଡି ଚଳାଇବା, ଟ୍ରାଫିକ ନିୟମ ଉଲ୍ଲଘନ କରିବା ଇତ୍ୟାଦି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ସଚେତନତା କରିବା ସହିତ ସମସ୍ତ ଜନସାଧାରଣ ସ୍ଥାନୀୟ ପୋଲିସକୁ ସହଯୋଗ କଲେ ପୋଲିସ ନିଶ୍ଚୟ ଭାବେ ସମାଜରେ ଶାନ୍ତି ଶୃଙ୍ଖଳା ରକ୍ଷା କରିପାରିବ ବୋଲି ଥାନା ଅଧିକାରୀ ଶ୍ରୀ କହଁର ମତ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଜେପୁର ଥାନାର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri