ବିଜେପୁର ଥାନା ପକ୍ଷରୁ ନୂଆ ଅପରାଧିକ ଆଇନ ସଚେତନତା କାର୍ଯ୍ୟକ୍ରମ

ଲାଞ୍ଜିଗଡ଼,୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଧିକାରୀ ବିଶ୍ଵମ୍ବର କହଁରଙ୍କ ସଭାପତିତ୍ୱରେ ବେନଗାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସର ଠାରେ ନୂତନ ଆପରାଧିକ ଆଇନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏସଆଇ ଶ୍ୟାମ କୁଲସିକା ସ୍ୱାଗତ ଭାଷଣ ଦେଇଥିବା ବେଳେ ଉପସ୍ଥିତ ଥିବା ସମସ୍ତ ଭଦ୍ରବ୍ୟକ୍ତି ମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ l

ଏହି କାର୍ଯ୍ୟକ୍ରମରେ ବେନଗାଁ ପଞ୍ଚାୟତ ସରପଞ୍ଚ ପୁରାଣା ମାଝୀ, ଦିଲ୍ଲୀପ ହରିଜନ, ରମାକାନ୍ତ ସାହୁ,କର୍ଣ୍ଣ ସାହୁ, କଦଗୋ ମାଝୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠି , ସମାଜସେବୀ, ଶିକ୍ଷାବିତ ସମେତ ଅଞ୍ଚଳର ଶତାଧିକ ମହିଳା ଓ ପୁରୁଷ ବହୁ ସଂଖ୍ୟାରେ ଯୋଗଦେଇଥିଲେ I ଭାରତୀୟ ସଂସଦ ତିନୋଟି ଐତିହାସିକ ଆଇନ ଯଥା ଭାରତୀୟ ଦଣ୍ଡବିଧି ସଂହିତା, ୧୮୬୦, କ୍ରିମିନାଲ ପ୍ରୋସିଜର କୋଡ, ୧୯୭୩ ଏବଂ ଭାରତୀୟ ପ୍ରମାଣ ଆଇନ, ୧୮୭୨କୁ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା, ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ସଂହିତା, ୨୦୨୩ ସହିତ ବଦଳାଇ ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ଏକ ପରିବର୍ତ୍ତନମୂଳକ ପଦକ୍ଷେପ ଆରମ୍ଭ କରିଛି।

ଭାରତୀୟ ନ୍ୟାୟ ମୂଲ୍ୟବୋଧ ଉପରେ ଆଧାରିତ ଏହି ନୂତନ ଆଇନ ଭାରତୀୟ ନ୍ୟାୟ ପଦ୍ଧିକୁ ପ୍ରତିଫଳିତ କରି ଦଣ୍ଡମୂଳକ ଦୃଷ୍ଟିକୋଣରୁ ନ୍ୟାୟଭିତ୍ତିକ ଆଭିମୁଖ୍ୟ ଆଡ଼କୁ ପରିବର୍ତ୍ତନକୁ ସୂଚାଇଥାଏ । ଏହାର ମୁଖ୍ୟ ଲକ୍ଷ୍ୟ ହେଉଛି ଏକ ଆପରାଧିକ ନ୍ୟାୟ ବ୍ୟବସ୍ଥା ସୃଷ୍ଟି କରିବା ଯାହା କେବଳ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ କରେ ନାହିଁ ବରଂ ଆଇନ ବ୍ୟବସ୍ଥାକୁ ମଧ୍ୟ ବଜାୟ ରଖେ, ସମସ୍ତଙ୍କ ପାଇଁ ସୁଲଭ ଓ ତ୍ୱରିତ ନ୍ୟାୟ ସୁନିଶ୍ଚିତ କରେ। ଏହି ସଂସ୍କାର ଭାରତରେ ଏକ ସମାନ, ଆଧୁନିକ ଏବଂ ନ୍ୟାୟସମ୍ପନ୍ନ ଆଇନଗତ ଢାଞ୍ଚା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ସୂଚିତ କରୁଛି I

ସମାଜରେ ଦିନକୁ ଦିନ ଘଟୁଥିବା ଡକାୟତି, ରାହାଜାନି, ଦୁଷ୍କର୍ମ, ଗଣଦୁଷ୍କର୍ମ ବେଆଇନଭାବେ ଗାଡି ଚଳାଇବା, ଟ୍ରାଫିକ ନିୟମ ଉଲ୍ଲଘନ କରିବା ଇତ୍ୟାଦି ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ସଚେତନତା କରିବା ସହିତ ସମସ୍ତ ଜନସାଧାରଣ ସ୍ଥାନୀୟ ପୋଲିସକୁ ସହଯୋଗ କଲେ ପୋଲିସ ନିଶ୍ଚୟ ଭାବେ ସମାଜରେ ଶାନ୍ତି ଶୃଙ୍ଖଳା ରକ୍ଷା କରିପାରିବ ବୋଲି ଥାନା ଅଧିକାରୀ ଶ୍ରୀ କହଁର ମତ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମରେ ବିଜେପୁର ଥାନାର ଅନ୍ୟାନ୍ୟ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଦୁଃଖ: ଅମଳ ବେଳେ କଲରା କିଆରୀ ଉଜାଡ଼ିଲେ ଦୁର୍ବୃତ୍ତ, ଜମୁର୍ଡା ଗ୍ରାମରେ ଉତ୍ତେଜନା!

ବରଗଡ଼, ୧୪/୦୩ (ପ୍ରେମାନନ୍ଦ ଖମାରୀ): ଜଣେ ଚାଷୀ ରକ୍ତକୁ ପାଣି କରି ଫସଲ ଉଜେଇଥିବା ବେଳେ, ଅମଳ ସମୟରେ ଦୁର୍ବୃତ୍ତଙ୍କ କଳା ପାହାର ଚାଷୀର ମେରୁଦଣ୍ଡ ଭାଙ୍ଗି…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ଦାରିଙ୍ଗବାଡ଼ିରେ କାଳବୈଶାଖୀର ତାଣ୍ଡବ: ଉଡ଼ିଗଲା ଏକାଧିକ ଘରର ଆଜବେଷ୍ଟସ, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ…

ଦାରିଙ୍ଗବାଡ଼ି, ୧୪।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡ଼ି ଗ୍ରାମରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି।…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

କାଜୁ ବାଡ଼ରେ ନିଆଁ ଲିଭାଇବା ହେଲା କାଳ, ଝାସରେ ଗୁରୁତର ହେଲେ ସ୍ବାମୀସ୍ତ୍ରୀ

ମୋହନା, ୧୪।୩ (ମନ୍ମଥ ମିଶ୍ର): ଗଜପତି ଜଲା ମୋହନା ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। କାଜୁ ବାଡ଼ରେ ଲାଗିଥିବା ନିଆଁକୁ ଲିଭାଇବାକୁ ଯାଇ ଜଣେ ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri