ଲାଗୁ ହେଲା ନୂଆ ଆପରାଧିକ ଆଇନ

ଖୋର୍ଦ୍ଧା,୧।୭ (ପ୍ରଭାତ ପାଣିଗ୍ରାହୀ) : ଆଜିଠୁ ଦେଶରେ ଲାଗୁ ହେଲା ନୂଆ ଆପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ, ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ, ମଧ୍ୟରାତ୍ରୀରୁ ଦେଶରେ ଏହି ୩ଟି ଆଇନ ଲାଗୁ କରାଯାଇଛି। ଏନେଇ ଖୋର୍ଦ୍ଧା ଆଦର୍ଶ ଥାନା ପକ୍ଷରୁ ଟାଉନହଲ ରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ବାର ଆସୋସିଏସନ ଆଇନଜିବୀ ମାନେ ଏହି ନୂତନ ଆଇନ ସମ୍ପର୍କରେ ଉପସ୍ଥିତ ଜନତାଙ୍କୁ ସୂଚନା ଦେଇଥିଲେ।
ବ୍ରିଟିଶ ଅମଳର ୩ଟି ଆଇନ ଭାରତୀୟ ପିଙ୍ଗଳ କୋର୍ଡ, କୋଡ ଅଫ କ୍ରିମିନାଲ ପ୍ରୋସିଜିଓର ଏବଂ ଭାରତୀୟ ପ୍ରମାଣ ଆଇନର ସ୍ଥାନ ନେଇଛି ନୂଆ ଆଇନ। ନୂଆ ବ୍ୟବସ୍ଥା ଅନୁସାରେ ଶୁଣାଣି ଶେଷ ହେବାର ୪୫ ଦିନ ଭିତରେ ରାୟ ପ୍ରକାଶ ପାଇବ। ପ୍ରଥମ ଶୁଣାଣିର ୬୦ ଦିନ ଭିତରେ ଚାର୍ଜଫ୍ରେମ ହେବ।
ଦୁଷ୍କର୍ମ ପୀଡ଼ିତାଙ୍କ ବୟାନ ଅଭିଭାବକଙ୍କ ଉପସ୍ଥିତିରେ ମହିଳା ପୋଲିସ ନେବେ। ୭ ଦିନ ଭିତରେ ମେଡିକାଲ ରିପୋର୍ଟ ପ୍ରଦାନ କରାଯିବ। ସାଙ୍ଗଠନିକ ଅପରାଧ ଓ ଆତଙ୍କବାଦର ସଂଜ୍ଞା ପରିବର୍ତ୍ତନ, ରାଜଦ୍ରୋହ ଶବ୍ଦକୁ ହଟାଯାଇ ଦେଶଦ୍ରୋହକୁ ସାମିଲ କରାଯାଇଛି। ସମସ୍ତ ତଲାସୀ ଓ ଜବତ କ୍ଷେତ୍ରରେ ଭିଡ଼ିଓଗ୍ରାଫି ବାଧ୍ୟତାମୂଳକ। ଗିରଫ ହେବା ପରେ ଜଣେ ବ୍ୟକ୍ତି ପରିବାର ଓ ସମ୍ପର୍କୀୟଙ୍କୁ ସ୍ଥିତି ସମ୍ପର୍କରେ ଜଣାଇପାରିବେ,ନିଜର ସ୍ଥିତି ସମ୍ପର୍କରେ ଜଣାଇବାକୁ ଦିଆଯାଇଛି ଅଧିକାର। ଗିରଫ ସମ୍ପର୍କିତ ସମସ୍ତ ତଥ୍ୟ ଥାନା କିମ୍ବା ପୋଲିସ ମୁଖ୍ୟାଳୟରେ ରଖାଯିବ।
ବ୍ୟକ୍ତିଗତ ଭାବେ ହାଜର ନହୋଇ ଇଲେକ୍ଟ୍ରୋନିକ ମାଧ୍ୟମରେ ଏଫଆଇଆର କରିହେବ। ଜିରୋ ଏଫଆଇଆର ଉପରେ ଗୁରୁତ୍ବ ଦିଆଯାଇଛି। ବିଶେଷତଃ ନାଗରିକ ସୁରକ୍ଷା,ଅଧିକାର ଉପରେ ଗୁରୁତ୍ବ ଦିଆଯାଇଛି ବୋଲି ଅତିଥି ମାନେ କହିଛନ୍ତି। ଟାଉନ ଥାନାଧିକାରୀ ସଞ୍ଜୟ ନାୟକ, ଅତିରିକ୍ତ ଆଇଆଇସି ସୁଚିତ୍ରା ଜେନା, ବାର ସଭାପତି ଜୀବ୍ଯଯଯୋତି ମିଶ୍ର, ସମ୍ପାଦକ ପ୍ରଭଞ୍ଜନ ଜେନା, ଶୁଶାନ୍ତ ରାୟ, ରାମଶିଷ ପଟ୍ଟନାୟକ, ଲଲାଟ କେଶରୀ ପ୍ରଧାନ, ଦାମନ ପାତ୍ର, ଅକ୍ଷୟ ମଙ୍ଗରାଜ ପ୍ରମୁଖ ଓକିଲ ଉପସ୍ଥିତ ଥିଲେ। ବରିଷ୍ଠ ବୁଦ୍ଧିଜିବୀ ବୈକୁଣ୍ଠନାଥ ମହାପାତ୍ର, କୃଷ୍ଣଚନ୍ଦ୍ର ହରିଚନ୍ଦନ, ପ୍ରଫୁଲ୍ଲ ସାମନ୍ତରାୟ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିବା ବେଳେ ସ୍ଥାନୀୟ ବୁଦ୍ଧିଜିବୀ, ଶିକ୍ଷାବିତ ବରିଷ୍ଠ ନାଗରିକ, ସାମାଜିକ କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri