ନୂଆ ଗ୍ରାହକ ଯୋଡ଼ିପାରିବନି ମାଷ୍ଟରକାର୍ଡ

ନୂଆଦିଲ୍ଲୀ, ୧୫ା୭: ନିୟମ ଉଲ୍ଲଂଘନ ଅଭିଯୋଗରେ ରିଜର୍ଭ ବ୍ୟାଙ୍କ ମାଷ୍ଟରକାର୍ଡ ଉପରେ କଟକଣା ଲଗାଇଛି। ଫଳରେ ଏହା ନୂଆ ଗ୍ରାହକ ଯୋଡ଼ିପାରିବନି। ୨୨ ଜୁଲାଇଠାରୁ ନିଜ ନେଟ୍‌ଓ୍ବର୍କରେ ନୂଆ ଗ୍ରାହକ ଯୋଡିବାକୁୁ ମାଷ୍ଟରକାର୍ଡକୁ ବାରଣ କରାଯାଇଛି। ଏହା ମଧ୍ୟରେ ଡେବିଟ୍‌, କ୍ରେଡିଟ୍‌ ଏବଂ ପ୍ରିପେଡ୍‌ ଗ୍ରାହକ ସାମିଲ ରହିଥିବା ଜଣାପଡିଛି। ଆର୍‌ବିଆଇର କହିବା ଅନୁସାରେ, ମାଷ୍ଟରକାର୍ଡ ଭାରତରେ ପେମେଣ୍ଟ ସିଷ୍ଟମ ଡାଟା ଷ୍ଟୋରେଜ ସଂକ୍ରାନ୍ତ ନିୟମକୁ ଉଲ୍ଲଂଘନ କରିଛି। ଫଳରେ ଏହି ପେମେଣ୍ଟ ସିଷ୍ଟମ ଅପରେଟର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆର୍‌ବିଆଇ ନିର୍ଦ୍ଦେଶ ଫଳରେ କମ୍ପାନୀର ପୁରୁଣା ଗ୍ରାହକଙ୍କ ଉପରେ କୌଣସି ପ୍ରଭାବ ପଡିବନି ବୋଲି ଜଣାପଡିଛି।
କାର୍ଡ ଜାରି କରୁଥିବା ବ୍ୟାଙ୍କ ଏବଂ ଅଣ ବ୍ୟାଙ୍କ ସଂସ୍ଥାଗୁଡିକୁ ପୂର୍ବରୁ ଆର୍‌ବିଆଇ ନିର୍ଦ୍ଦେଶନାମା ଜାରି କରିଥିଲା। ୨୦୧୮ ଏପ୍ରିଲରେ ଜାରି ଆର୍‌ବିଆଇ ସର୍କୁଲାର ମୁତାବକ, ସମସ୍ତ ପେମେଣ୍ଟ ସିଷ୍ଟମ ସୁବିଧା ଯୋଗାଣକାରୀ ନିଜ ଅକ୍ତିଆରରେ ରହିଥିବା ପେମେଣ୍ଟ ସଂକ୍ରାନ୍ତ ଡାଟାକୁ ଭାରତରେ ସଂରକ୍ଷିତ କରିବେ। ଏ ନେଇ ସଂସ୍ଥାଗୁଡିକୁ ୬ ମାସର ସମୟସୀମା ପ୍ରଦାନ କରାଯାଇଥିଲା। ଏହି ମାନଦଣ୍ଡ ପାଳନରେ ମାଷ୍ଟରକାର୍ଡ ବିଫଳ ହୋଇଛି। ୨୦୨୧ରେ ଏହା ପ୍ରଥମ ଘଟଣା ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

୩ଦିନ ବ୍ୟାଙ୍କ ବନ୍ଦ; ଆଉ ମିଳିବନି ପେଟ୍ରୋଲ? ଦେଶରେ ଚହଳ!

ନୂଆଦିଲ୍ଲୀ,୨୬।୩: ଶୁକ୍ରବାର, ଶନିବାର ଓ ରବିବାର ବ୍ୟାଙ୍କ ଛୁଟି। ଶୁକ୍ରବାର ରାମନବମୀ ଛୁଟି, ଶନିବାର ଲାଷ୍ଟ ସଟର ଡେ, ରବିବାର ପଡୁଛି ସାପ୍ତାହିକ ଛୁଟି। ଯୁଦ୍ଧ ମୁକାବିଲା…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri