ଡାକ୍ତରଙ୍କ ପାଇଁ ଲାଗୁ ହେଲା ନୂଆ ଡିଏସିପି ନିୟମ: ପ୍ରତି ୬ ବର୍ଷରେ ୪ଥର ହେବ ପ୍ରମୋସନ

ଭୁବନେଶ୍ୱର, ୨୧।୪ (ବ୍ୟୁରୋ): ଓଡ଼ିଶା ମେଡିକାଲ ଓ ହେଲ୍‌ଥ ସର୍ଭିସ (ଓଏଚ୍‌ଏମ୍‌ଏସ୍‌)ରେ କାର୍ଯ୍ୟରତ ଡାକ୍ତରଙ୍କୁ ଏଣିକି କ୍ୟାରିୟର ମଧ୍ୟରେ ୪ଥର ପ୍ରମୋସନ ମିଳିବ। ପୂର୍ବରୁ ସେମାନଙ୍କୁ ଡାଇନାମିକ୍‌ ଆସ୍ୟୁରଡ୍‌ କ୍ୟାରିଅର ପୋଗ୍ରେସନ (ଡିଏସିପି) ଯୋଜନାରେ ୩ଥର ପ୍ରମୋସନ ମିଳୁଥିଲା। ମାତ୍ର ଏଣିକି ୨୪ବର୍ଷର କ୍ୟାରିଅର ମଧ୍ୟରେ ସେମାନଙ୍କୁ ୪ଥର ପ୍ରମୋସନ ମିଳିବ। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ସ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓପିଏସସି ଜରିଆରେ ନିଯୁକ୍ତି ପାଉଥିବା ଡାକ୍ତରମାନେ ନିୟମିତ ନିଯୁକ୍ତି ପରଠାରୁ ଏହି ସୁବିଧା ପାଇପାରିବେ। ପୂର୍ବରୁ ଡାକ୍ତରମାନେ କ୍ୟାରିଅରର ୭, ୧୪ ଓ ୨୧ବର୍ଷରେ ପଦୋନ୍ନତି ପାଉଥିଲେ। ଏବେ ପ୍ରତି ୬ ବର୍ଷରେ ଅର୍ଥାତ୍‌ ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ସେମାନଙ୍କୁ ପଦୋନ୍ନତି ମିଳିବ। ଡିଏସିପି ନିୟମ ଲାଗୁ ହେବା ପରେ ଡାକ୍ତରମାନେ ଅଧିକ ପାରିଦର୍ଶିତା ଦେଖାଇବେ। ସେହିପରି ନୂଆ ଡିଏସିପିରେ କ୍ୟାରିଅର ସହ ଆର୍ଥିକ ସୁବିଧା ମଧ୍ୟ ପାଇପାରିବେ। ୬ବର୍ଷ ନିୟମିତ ଚାକିରି ପରେ ଲେବୁଲ ୧୨ରୁ ୧୩ ଆର୍ଥିକ ସୁବିଧା ରହିଛି। ସେହିପରି ୧୨ବର୍ଷ ନିୟମିତ ପରେ ଲେବୁଲ ୧୩ରୁ ୧୪, ୧୮ବର୍ଷ ନିୟମିତ ପରେ ଲେବୁଲ ୧୪ରୁ ୧୫ ଓ ୨୪ବର୍ଷ ନିୟମିତ ପରେ ଲେବୁଲ ୧୫ରୁ ୧୬ ଆର୍ଥିକ ସୁବିଧା ମିଳିବାର ବ୍ୟବସ୍ଥା ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri