ଡାକ୍ତରଙ୍କ ପାଇଁ ଲାଗୁ ହେଲା ନୂଆ ଡିଏସିପି ନିୟମ: ପ୍ରତି ୬ ବର୍ଷରେ ୪ଥର ହେବ ପ୍ରମୋସନ

ଭୁବନେଶ୍ୱର, ୨୧।୪ (ବ୍ୟୁରୋ): ଓଡ଼ିଶା ମେଡିକାଲ ଓ ହେଲ୍‌ଥ ସର୍ଭିସ (ଓଏଚ୍‌ଏମ୍‌ଏସ୍‌)ରେ କାର୍ଯ୍ୟରତ ଡାକ୍ତରଙ୍କୁ ଏଣିକି କ୍ୟାରିୟର ମଧ୍ୟରେ ୪ଥର ପ୍ରମୋସନ ମିଳିବ। ପୂର୍ବରୁ ସେମାନଙ୍କୁ ଡାଇନାମିକ୍‌ ଆସ୍ୟୁରଡ୍‌ କ୍ୟାରିଅର ପୋଗ୍ରେସନ (ଡିଏସିପି) ଯୋଜନାରେ ୩ଥର ପ୍ରମୋସନ ମିଳୁଥିଲା। ମାତ୍ର ଏଣିକି ୨୪ବର୍ଷର କ୍ୟାରିଅର ମଧ୍ୟରେ ସେମାନଙ୍କୁ ୪ଥର ପ୍ରମୋସନ ମିଳିବ। ଏନେଇ ଶୁକ୍ରବାର ସ୍ବାସ୍ଥ୍ୟ ସ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓପିଏସସି ଜରିଆରେ ନିଯୁକ୍ତି ପାଉଥିବା ଡାକ୍ତରମାନେ ନିୟମିତ ନିଯୁକ୍ତି ପରଠାରୁ ଏହି ସୁବିଧା ପାଇପାରିବେ। ପୂର୍ବରୁ ଡାକ୍ତରମାନେ କ୍ୟାରିଅରର ୭, ୧୪ ଓ ୨୧ବର୍ଷରେ ପଦୋନ୍ନତି ପାଉଥିଲେ। ଏବେ ପ୍ରତି ୬ ବର୍ଷରେ ଅର୍ଥାତ୍‌ ଚାକିରିର ୬, ୧୨, ୧୮ ଓ ୨୪ବର୍ଷରେ ସେମାନଙ୍କୁ ପଦୋନ୍ନତି ମିଳିବ। ଡିଏସିପି ନିୟମ ଲାଗୁ ହେବା ପରେ ଡାକ୍ତରମାନେ ଅଧିକ ପାରିଦର୍ଶିତା ଦେଖାଇବେ। ସେହିପରି ନୂଆ ଡିଏସିପିରେ କ୍ୟାରିଅର ସହ ଆର୍ଥିକ ସୁବିଧା ମଧ୍ୟ ପାଇପାରିବେ। ୬ବର୍ଷ ନିୟମିତ ଚାକିରି ପରେ ଲେବୁଲ ୧୨ରୁ ୧୩ ଆର୍ଥିକ ସୁବିଧା ରହିଛି। ସେହିପରି ୧୨ବର୍ଷ ନିୟମିତ ପରେ ଲେବୁଲ ୧୩ରୁ ୧୪, ୧୮ବର୍ଷ ନିୟମିତ ପରେ ଲେବୁଲ ୧୪ରୁ ୧୫ ଓ ୨୪ବର୍ଷ ନିୟମିତ ପରେ ଲେବୁଲ ୧୫ରୁ ୧୬ ଆର୍ଥିକ ସୁବିଧା ମିଳିବାର ବ୍ୟବସ୍ଥା ରହିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri