ମାଡ଼ି ଆସୁଛି ନୂଆ ବିପଦ: ୪ କୋଟିରୁ ଅଧିକ ଲୋକ ହରାଇବେ ଚାକିରି

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରି ସ୍ଥଳେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଥିବା ପରିବେଶବିତ୍‌ ମାନେ ସୂଚନା ଦେଇଛନ୍ତି। ୮୦ ବର୍ଷରେ ପୃଥିବୀର ତାପମାତ୍ରା ୪.୪ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ। ଫଳରେ ୨୧୦୦ ବେଳକୁ ବହୁ ଅଞ୍ଚଳରେ ତାପମାତ୍ରା ବଢିବା ଯୋଗୁ ଲୋକେ ରହିପାରିବେ ନାହିଁ। ପୃଥିବୀରେ କେତେକ ଅଞ୍ଚଳ ମାନବ ଶୂନ୍ୟ ହେବାର ଆଶଙ୍କା ରହିଛି। ୨୦୩୦ ସୁଦ୍ଧା ତାପମାତ୍ରା ବଢ଼ିବା ଯୋଗୁ ଦକ୍ଷିଣ ଏସିଆରେ ୪ କୋଟି ୩୦ ଲକ୍ଷରୁ ଅଧିକ ଲୋକ ଚାକିରି ହରାଇବେ । ସେଥିମଧ୍ୟରେ ଭାରତର ୩ କୋଟି ୪୦ ଲକ୍ଷ ଲୋକ ଥିବେ ବୋଲି ଆକଳନ କରାଯାଇଛି। ଭାରତର ପଡ଼ୋଶୀ ଦେଶ ପାକିସ୍ତାନ, ନେପାଳ ଭୁଟାନ, ବାଂଲାଦେଶ, ଶ୍ରୀଲଙ୍କା, ଇରାନ ଏବଂ ଆଫଗାନିସ୍ତାନରେ ବେକାର ସଂଖ୍ୟା ଆପକ୍ଷାକୃତ କମ୍‌ ରହିବ। ଏନେଇ ଓ୍ବାଲର୍‌ଡ ମୋଟ୍ରୋଲୋଜିକାଲ ସଂଗଠନ(ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଜାରି ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୨୦ ବର୍ଷରେ ଅଧିକ ଗରମ ଅନୁଭୁତ ହୋଇଥିବା ଡବ୍ଲ୍ୟୁଏମ୍‌ଓ ପକ୍ଷରୁ କୁହାଯାଇଛି। ଜଳବାୟୁ ପରିବର୍ତ୍ତନ ତଥ୍ୟ ଅନୁସାରେ ୧୯୦୧ ପରେ ୨୦୧୯ ସବୁଠାରୁ ଉତ୍ତପ୍ତ ବର୍ଷ ଥିଲା। ଭାରତରେ ଏଭଳି ୭ଟି ବର୍ଷରେ ଅତ୍ୟଧିକ ଗରମ ଅନୁଭୁତ ହୋଇଥିବା ରିପୋର୍ଟରୁ ଜଣାପଡ଼ିଛି। ଗତ ବର୍ଷ ଭାରତରେ ଲୁ ଯୋଗୁ ୩୭୩ ଲୋକଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଶୀତ ଲହରି ୬୧ ଜଣଙ୍କର ଜୀବନ ନେଇଥିଲା। ୨୦୧୦ରୁ ୨୦୧୯ ମଧ୍ୟରେ ଲୁ ପ୍ରବାହ ଯୋଗୁ ୬ ହଜାର ୩୫୫ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୫୦ ସୁଦ୍ଧା ଭାରତ ୬୦ କୋଟି ଲୋକ ଜଳବାୟୁ ପରିବର୍ତ୍ତନ ଯୋଗୁ ସମସ୍ୟାରେ ପଡ଼ିବେ। ଏହି ସମୟରେ ପ୍ରତି୪୫ ଜଣରେ ଜଣେ ବ୍ୟକ୍ତି ଜଳବାୟୁ ପରିବର୍ତ୍ତନ ଯୋଗୁ ବାସସ୍ଥାନ ଛାଡ଼ିବେ ବୋଲି ବୋଲି ଏଥିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri