ପୃଥିବୀ ପାଇଁ ନୂଆ ବିପଦ: ଭାଙ୍ଗିଲା ବିରାଟ ହିମ ପାହାଡ଼

ଓ୍ବାଶିଂଟନ,୨୮।୨: ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଅଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୭୦ ବର୍ଗ କିଲୋମିଟର। ଯାହାକି ରାଜଧାନୀ ଦିଲ୍ଲୀର ଆକାର ସହିତ ପ୍ରାୟ ସମାନ। ଦିଲ୍ଲୀର ଆକାର ୧୨୯୨ ବର୍ଗ କିଲୋମିଟର। ହିମ ପାହାଡ଼ର ମୋଟେଇ ୧୫୦ ମିଟର ବୋଲି ବ୍ରିଟିଶ୍‌ ଅଣ୍ଟାର୍କଟିକା ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି। ସର୍ଭେ ସଂସ୍ଥା ପକ୍ଷରୁ ହିମପାହାଡ଼ର ଫଟୋ ଏବଂ ୪୭ ସେକେଣ୍ଡର ଏକ ଭିଡ଼ିଓ ମଧ୍ୟ ଜାରି ହୋଇଛି। ଏହା ବ୍ରୁଣ୍ଟ୍‌ ଆଇସ୍‌ ସେଲ୍ଫର ଅଂଶବିଶେଷ। ଏହା ଭାଙ୍ଗୁଥିବା ନେଇ ୨୦୨୦ ନଭେମ୍ବରରେ ସୂଚନା ମିଳିଥିଲା। ତେବେ ବର୍ତ୍ତମାନ ଏହା ମୂଳ ଖଣ୍ଡଠାରୁ ଅଲଗା ହୋଇଯାଇଛି। ହିମ ପାହାଡ଼ ଭାଙ୍ଗିବା ଘଟଣାକୁ ସାଧାରଣତଃ କାଲ୍‌ଭିଂ କୁହାଯାଇଥାଏ। ଜଳବାୟୁ ପରିବର୍ତ୍ତନ ଯୋଗୁ ମେରୁ ଅଞ୍ଚଳରେ ହିମ ପାହାଡ଼ ଭାଙ୍ଗିବା ଏବଂ ତରଳିବା ଘଟଣା ବଢ଼ି ଚାଳିଛି। ସମ୍ପ୍ରତି ଭାଙ୍ଗିଥିବା ହିମପାହାଡ଼ ତରଳିଲେ ସମୁଦ୍ରର ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏପରି ହେଲେ ଉପକୂଳରେ ଥିବା ପୃଥିବୀର ବହୁ ଅଞ୍ଚଳ ପାଣିରେ ବୁଡ଼ିଯିବ ବୋଲି ପରିବେଶ ବିଜ୍ଞାନୀ ମତପୋଷଣ କରିଛନ୍ତି। ଏହାଯୋଗୁ ପୃଥିବୀ ପାଇଁ ନୂଆ ବିପଦ ସୃଷ୍ଟି ହେବ। ଏସମ୍ପର୍କରେ ଉପଗ୍ରହ ଦ୍ୱାରା ଉତ୍ତୋଳିତ ହୋଇଥିବା ଫଟୋରୁ ବିଶେଷ ସୂଚନା ମିଳିଥିବା ଓ୍ବାଲେସ୍‌ର ସ୍ବାନେସା ବିଶ୍ୱବିଦ୍ୟାଳୟର ପ୍ରଫେସର ଆଦ୍ରିଆନ୍‌ ଲ୍ୟୁକମ୍ୟାନ୍‌ କହିଛନ୍ତି। ସୂଚନାଯୋଗ୍ୟ, ମେରୁରେ ଥିବା ସମସ୍ତ ବରଫ ତରଳିଗଲେ ସମୁଦ୍ରର ଜଳସ୍ତର ୭୦ ମିଟର ବଢ଼ିଯିବ। ଏଭଳି ହେଲେ ପୃଥବୀର ବହୁ ଦ୍ୱୀପ ତଥା ବଡ଼ ବଡ଼ ସହର ସମୁଦ୍ର ଗର୍ଭରେ ଲୀନ ହୋଇଯିବାର ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri