ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ ଶ୍ରୀମନ୍ଦିରେ ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି । ଏଣିକି ଜଗା ଦର୍ଶନ ପାଇଁ ଆଉ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡିନପାରେ ।

ମନ୍ତ୍ରୀଙ୍କ କହିବା ଅନୁସାରେ, ଜଗା ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କୁ ଆଗୁଆ ବୁକିଂ କରିବାକୁ ପଡିବ । ଉଭୟ ଲାଇନ ଏବଂ ସ୍ଲଟ ବୁକିଂ ଦର୍ଶନ ଜାରି ରହିବ । ତେବେ ବୁକିଂ କରିଥିବା ବ୍ୟକ୍ତି ସେହି ସମୟରେ ହିଁ ଜଗା ଦର୍ଶନ କରିବେ । ଶ୍ରଦ୍ଧାଳୁମାନେ ସ୍ୱତନ୍ତ୍ର ହୋଲଡିଂ ଏରିଆରେ ରହି ସ୍ଲଟ୍ ବୁକିଂ ଜରିଆରେ ଭିତରକୁ ଯାଇପାରିବେ। ପ୍ରଥମେ ପରୀକ୍ଷାମୂଳକ ଭାବରେ ସ୍ଲଟ ବୁକିଂ ଦର୍ଶନ ବ୍ୟବସ୍ଥା କରାଯିବ । ଯଦି ଏହା ସଫଳ ହେବ ତାହେଲେ ଏହାକୁ ସ୍ଥାୟୀ ଭାବେ କାର୍ଯ୍ୟକାରୀ କରାଯିବ । ଯଦି ଏହା କାର୍ଯ୍ୟକାରୀ ହୁଏ ତେବେ ବୃଦ୍ଧ ଏବଂ ଅସୁସ୍ଥ ଶ୍ରଦ୍ଧାଳୁମାନେ ସଠିକ୍ ସମୟ ଏବଂ ସହଜରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ହୋଇଛି ବୋଲି ଆଜି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri