Posted inଜାତୀୟ

ନୂଆ ପ୍ରତିରକ୍ଷା କମ୍ପ୍ଲେକ୍ସ ଲୋକାର୍ପିତ, ସେନାର କାର୍ଯ୍ୟ ହେବ ସହଜ କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୬।୯: ନୂଆ ପ୍ରତିରକ୍ଷା କମ୍ପ୍ଲେକ୍ସ ଗୁରୁବାର ଲୋକାର୍ପିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଅବସରରେ ଯୋଗଦେଇ କହିଛନ୍ତି ଯେ, ଏହି ନୂତନ କାର୍ଯ୍ୟାଳୟ ସେନା ବାହିନୀର କାର୍ଯ୍ୟକୁ ଅଧିକ ସହଜ କରିବାକୁ ସକ୍ଷମ ହେବ। ସ୍ବାଧୀନତାର ୭୫ ତମ ବର୍ଷରେ ଆମେ ନୂତନ ଭାରତର ଆବଶ୍ୟକତା ଏବଂ ଆକାଂକ୍ଷା ଅନୁଯାୟୀ ଦେଶର ରାଜଧାନୀର ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛୁ। ଏହି ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ ଆମର ସୈନ୍ୟବାହିନୀର କାର୍ଯ୍ୟକୁ ଅଧିକ ପ୍ରଭାବଶାଳୀ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

କେନ୍ଦ୍ରୀୟ ଭିଷ୍ଟା ପ୍ରକଳ୍ପ ପାଇଁ ଚାଲିଥିବା ନିର୍ମାଣ କାର୍ଯ୍ୟ ମଧ୍ୟରେ ପ୍ରଧାନମନ୍ତ୍ରୀ ଦିଲ୍ଲୀର କସ୍ତୁରବା ଗାନ୍ଧୀ ମାର୍ଗ ଏବଂ ଆଫ୍ରିକା ଆଭେନ୍ୟୁଠାରେ ଥିବା ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସର ସେନା ବାହିନୀକୁ ଉତ୍ସର୍ଗ କରିଛନ୍ତି। ଏହି ଅବସରରେ ସେଣ୍ଟ୍ରାଲ ଭିଷ୍ଟାର ନୂତନ ୱେବସାଇଟ ମଧ୍ୟ ଲୋକାର୍ପଣ କରାଯାଇଛି।

ପ୍ରତିରକ୍ଷା ମନ୍ତ୍ରଣାଳୟର ପ୍ରାୟ ୭ ହଜାର କର୍ମଚାରୀଙ୍କ ପାଇଁ ଏକ ନୂତନ କମ୍ପ୍ଲେକ୍ସକୁ ଲୋକାର୍ପଣ କରାଯାଇଛି। ଏହା ପୂର୍ବରୁ କର୍ମଚାରୀମାନେ ସାଉଥ ବ୍ଲକରେ ଥିବା କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ।

ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ଜେନେରାଲ ବିପିନ ରାୱତ ଏବଂ ସେନାଧ୍ୟକ୍ଷ ଜେନେରାଲ ଏମ. ନରଓ୍ବଣେ ମଧ୍ୟ ଉପସ୍ଥିତ ଥିଲେ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ ପୁରୁଣା ପ୍ରତିରକ୍ଷା କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇଯାଇଥିଲା। ଏହା ଭୁଶୁଡ଼ି ପଡ଼ିଥାନ୍ତା। ଏହି କମ୍ପ୍ଲେକ୍ସକୁ ଏକବିଂଶ ଶତାବ୍ଦୀର ଆବଶ୍ୟକତା ଅନୁଯାୟୀ ନିର୍ମାଣ କରାଯାଇଛି।

ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଲୁଟିୟନ ଜୋନରେ ଥିବା ଆଫ୍ରିକା ଆଭେନ୍ୟୁରେ ଥିବା ଏହି ନୂତନ ପ୍ରତିରକ୍ଷା କମ୍ପ୍ଲେକ୍ସ କୋଠା ନିର୍ମାଣରେ ୭୭୫ କୋଟି ଟଙ୍କା ବ୍ୟୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri