Posted inଜାତୀୟ

ଜଜ୍‌ଙ୍କୁ ଚିଠି ଲେଖିଲେ ଓକିଲ, ଜାନୁଆରୀ ୨୨ ପ୍ରାଣ ପ୍ରତିଷ୍ଠାରେ କୋର୍ଟରେ ଉପସ୍ଥିତ ରହି ପାରିବୁ ନାହିଁ

ନୂଆଦିଲ୍ଲୀ,୧୬।୧: ଅଯୋଧ୍ୟାରେ ଜାନୁଆରୀ ୨୨ରେ ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ଏହାକୁ ନେଇ ସାରା ଦେଶ ଏବେ ଉତ୍ସବ ମୁଖର । ମଙ୍ଗଳବାର ଠାରୁ ପ୍ରାଣ ପ୍ରତିଷ୍ଠାର ନୀତିକାନ୍ତି ଆରମ୍ଭ ହୋଇଛି। ଜାନୁଆରୀ ୨୨ରେ ସାରା ଦେଶରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଅଯୋଧ୍ୟା ପହଞ୍ଚିବା ନେଇ ଅନୁମାନ କରାଯାଉଛି । ଏହାରି ଭିତରେ ନୂଆଦିଲ୍ଲୀ ଦି ବାର୍‌ ଆସୋସିଏଶନ ଜଜ୍‌ଙ୍କୁ ଓକିଲମାନେ ଏକ ଚିଠି ଲେଖିଛନ୍ତି। ଜାନୁଆରୀ ୨୨ରେ କୌଣସି ଆଇନଜୀବୀ କୋର୍ଟରେ ମାମଲାର ପକ୍ଷ ରଖିବା ପାଇଁ ଉପସ୍ଥିତ ରହିପାରିବେନି ବୋଲି ଚିଠିରେ ଅନୁମତି ମଗାଯିବା ସହ ଓକିଲଙ୍କ ଅନୁପସ୍ଥିତିରେ କୌଣସି ପ୍ରତିକୂଳ ଆଦେଶ ପାରିତ କରା ନ ଯାଉ ବୋଲି ଚିଠିରେ ନିବେଦନ କରାଯାଇଛି।

ନୂଆଦିଲ୍ଲୀ ଦି ବାର୍‌ ଆସୋସିଏସନ ସଚିବ ଓଏନ ଶର୍ମା ପଟିୟାଲା ହାଉସ କୋର୍ଟର ମୁଖ୍ୟ ଜିଲା ଏବଂ ସେସନ ଜଜଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖିଛନ୍ତି। ଚିଠିରେ କୁହାଯାଇଛି, ମହୋଦୟ, ସମ୍ମାନପୂର୍ବକ ଆମେ କହିବାକୁ ଚାହୁଁଛୁ ଯେ, ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କାରଣରୁ ଜାନୁଆରୀ ୨୨ରେ କୋର୍ଟରେ ଉପସ୍ଥିତ ରହିପାରିବୁ ନାହିଁ । ଏଥିପାଇଁ ସମସ୍ତ ନ୍ୟାୟିକ ଅଧିକାରୀଙ୍କୁ ଅନୁରୋଧ କରୁଛୁ ଯେ, ଓକିଲଙ୍କ ଅନୁପସ୍ଥିତିରେ କୌଣସି ପ୍ରତିକୂଳ ଆଦେଶ ପାରିତ ନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri