ନୂଆ ଡିଏଫ୍ଓଙ୍କ ଦାୟିତ୍ୱ ଗ୍ରହଣ: ବିଭାଗୀୟ କର୍ମଚାରୀଙ୍କୁ ଦେଲେ ଏପରି ପରାମର୍ଶ

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡର ନୂତନ ଡିଏଫ୍ଓ
ଭାବେ ଭିପାସା ପାରୁଲ ଗୁରୁବାର ଅପରାହ୍ନରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଅବସରରେ ପୂର୍ବତନ ଡି ଏଫ୍ ଓ ବିନୋଦ ଆଚାର୍ଯ୍ୟ ନୂଆଁ ଡିଏଫ୍ଓଙ୍କୁ ଫୁଲ ତୋଡା ଦେଇ ସ୍ୱାଗତ କରିବା ସହ ଦାୟିତ୍ୱ ହସ୍ତାନ୍ତର କରିଥିଲେ।

ଏହି ଅବସରରେ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ନୂଆଁ ଡିଏଫ୍ଓଙ୍କୁ ମଧ୍ୟ ଫୁଲ ତୋଡା ଦେଇ ସ୍ବାଗତ କରିଥିଲେ। ଏଥିସହ ଏ ସି ଏଫ୍ ପ୍ରଦୀପ କୁମାର ବେହେରା, ସୋରଡା ଏ ସି ଏଫ୍ ନିହାର ରଞ୍ଜନ ମଲ୍ଲିକ, ଆସିକା ରେଞ୍ଜର ପ୍ରମୋଦ କୁମାର ପଣ୍ଡା,ପୋଲସରା ରେଞ୍ଜର ଅନିଲ ପଣ୍ଡା, ବଡଗଡ଼ ରେଞ୍ଜର ଅଞ୍ଜନ ନାୟକ, ବୁଗୁଡ଼ା ରେଞ୍ଜର ପ୍ରଦୀପ କୁମାର ମିଶ୍ର ପ୍ରମୁଖ ଡି ଏଫ୍ ଓ ଙ୍କୁ ଭେଟି ସ୍ୱାଗତ କରିଥିଲେ।

ଏହାପରେ ପରେ ଡି ଏଫ୍ ଓ ଭିପସା ପାରୁଲ ସମସ୍ତ ରେଞ୍ଜର ଏବଂ ଏ ସି ଏଫ୍ ଙ୍କୁ ବିଭିନ୍ନ ବିଷୟରେ ପଚାରି ବୁଝିଥିଲେ। ଏହି ଅବସରରେ ସେ ଜଙ୍ଗଲ, ବନ୍ୟପ୍ରାଣୀ କିଭଳି ସୁରକ୍ଷିତ ରହିପାରିବ ସେଥିପ୍ରତି ପ୍ରାଥମିକତା ଦେବାକୁ ବିଭାଗୀୟ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ଏଥିସହ ଘୁମୁସର ଦକ୍ଷିଣ ବନଖଣ୍ଡ ର ଭୌଗଳିକ ସ୍ଥିତି ଉପରେ ସମୀକ୍ଷା କରିଥିଲେ। ସୂଚନାଯୋଗ୍ୟ ଯେ ପଶ୍ଚିମବଙ୍ଗ କ୍ୟାଡ଼ର ଆଇ ଏଫ୍ ଏସ ଅଧିକାରିଣୀ ଭିପାସା ପାରୁଲ ହେଉଛନ୍ତି ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ସହଧର୍ମିଣୀ।

ତେଣୁ ସେ ଓଡ଼ିଶା କ୍ୟାଡ଼ରକୁ ପରିବର୍ତ୍ତନ କରି ଆସିବା ପରେ ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀଣୀ ଭାବେ ଗତ ୧୨ ତାରିଖରେ ବଦଳି ହୋଇଥିଲେ। ଆଜି ସେ ତାଙ୍କର ନୂତନ ଦାୟିତ୍ୱରେ ଯୋଗ ଦେଇଛନ୍ତି। ଅନ୍ୟପଟେ ପୂର୍ବତନ ଡି ଏଫ୍ ଓ ଶ୍ରୀ ଆଚାର୍ଯ୍ୟଙ୍କ ଅନ୍ୟତ୍ର ବଦଳି ହୋଇନଥିବା ଯୋଗୁଁ ସେ ଭୁବନେଶ୍ୱର ପି ସି ସି ଏଫ୍ କାର୍ଯ୍ୟାଳୟରେ ପରବର୍ତ୍ତୀ ନିର୍ଦ୍ଧେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ତେଣୁ ସେ ଏଠାରୁ ଆଜି ରିଲିଭ ହୋଇ ଭୁବନେଶ୍ୱର ଅଭିମୁଖେ ଚାଲି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?