ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଡିଜିପି ଚୟନ ନେଇ ରାଜ୍ୟ ସରକାରଙ୍କ ପକ୍ଷ ରଖିଥିଲେ।
ସୂଚନାଯୋଗ୍ୟ, ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଓ୍ବାଇ. ବି. ଖୁରାନିଆ ଡିଜିପି ପଦରୁ ଅବସର ନେଇଥିବା ସତ୍ତ୍ୱେ ଓଡ଼ିଶାକୁ ସ୍ଥାୟୀ ଡିଜିପି ମିଳିପାରିନାହାନ୍ତି। ଏନେଇ ସୁପ୍ରିମକୋର୍ଟରେ ମାମଲା ଥିବା କାରଣରୁ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ରଙ୍କୁ ରାଜ୍ୟର ପୋଲିସ୍‌ ମୁଖ୍ୟ ଭାବେ ଅତିରିକ୍ତ ଦାଯିତ୍ୱ ମିଳିଛି। କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି) ମଧ୍ୟ ଡିଜିପି ପଦ ଲାଗି ଚୂଡାନ୍ତ ୩ ନାଁ ଚୟନ ପ୍ରକ୍ରିୟା ବନ୍ଦ ରଖିଛି। ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ହିଁ ୟୁପିଏସ୍‌ସି ବୈଠକ କରିବ ବୋଲି ସୁପ୍ରିମକୋର୍ଟରେ ଜଣାଇସାରିଛି।
ଗତ ୧୪ ଅଗଷ୍ଟରେ ସୁପ୍ରିମକୋର୍ଟରେ ଶୁଣାଣି ସମୟରେ ଆମିକସକ୍ୟୁରୀ ରାଜୁ ରାମଚନ୍ଦ୍ରନ ଡିଜିପି ଚୟନରେ ଅନିୟମିତତା ହୋଇଛି ବୋଲି ଅଭିଯୋଗ କରି ପିଆଇଏଲ୍‌ ଫାଇଲ କରିଥିବା ଆବେଦନକାରୀଙ୍କୁ ସମର୍ଥନ କରିଥିଲେ। ଓଡ଼ିଶା ସରକାର ଡିଜିପି ଚୟନ ସମୟରେ ସୁପ୍ରିମକୋର୍ଟଙ୍କ ୨୦୦୬ ପ୍ରକାଶ ସିଂ ମାମଲାର ରାୟକୁ ଠିକ୍‌ ଭାବେ ଅନୁପାଳନ କରି ନ ଥିବା କହିଥିଲେ। ଯେଉଁଥିଲାଗି ମାମଲାକୁ ସୁପ୍ରିମକୋର୍ଟ ଆହୁରି ଗୁରୁତ୍ୱର ସହ ବିଚାରକୁ ନେଇ ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?