ଲୁହ ଭିଜା ଆଖିରେ ନୂଆ ସପନ, ରୁଷିଆ ରକେଟ ମାଡ଼ରୁ ରକ୍ଷା ପାଇଥିବା ଗର୍ଭବତୀ ଶିଶୁକନ୍ୟାଙ୍କୁ ଜନ୍ମ ଦେଲେ…

କ୍ୱିଭ୍‌, ୧୩।୩ : ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ତେବେ ଯୁଦ୍ଧର ଭୋକ ଶୋଷ ଆଉ ଲୁହ ଭିଜା ଆଖିରେ ବି ନୂଆ ସପନ ଝଲସୁଛି। ୟୁକ୍ରେନ୍‌ର ମାରିଆପୋଲ୍‌ର ଜଣେ ଗର୍ଭବତୀ ମହିଳା ଯିଏକି ରୁଷିଆ ରକେଟ୍‌ ମାଡ଼ରୁ ରକ୍ଷା ପାଇଥିଲେ, ସେ ଏବେ ଏକ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି।

ରୁଷିଆର ରକେଟ ମାଡ଼ରେ ମାରିଆପୋଲ୍‌ର ଏକ ହସ୍ପିଟାଲ ଭାଙ୍ଗିରୁଜି ଯାଇଥିଲା। ଏହି ରକେଟ ମାଡ଼ରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ସେଠାରେ ପ୍ରସବ ପାଇଁ ଭର୍ତ୍ତି ହୋଇଥିବା ଗର୍ଭବତୀ ମହିଳା ମାରିଆନା ଭିସେଗିରସ୍କାୟାଙ୍କୁ ରକ୍ତଜୁଡୁବୁଡୁ ଅବସ୍ଥାରେ ସ୍ଥାନାନ୍ତରଣ କରାଯାଇଥିଲା। ମାରିଆନାଙ୍କ ଭିଡ଼ିଓ ସେତେବେଳେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହୋଇଥିଲା। ପରେ ୨୬ ବର୍ଷ ବୟସ୍କା ମାରିଆନା ସୁରକ୍ଷିତ ଭାବେ ଗୁରୁବାର ରାତିରେ ଏକ ଶିଶୁକନ୍ୟାଙ୍କୁ ଜନ୍ମ ଦେଇଥିବା ତାଙ୍କ ପରିବାର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସଙ୍କଟ ମୋଡ଼ରେ ବି ନୂଆ ଆଶାର କିରଣ ସୃଷ୍ଟି କରୁଥିବା ମାରିଆନା ଏବଂ ତାଙ୍କ ନବଜାତ ଶିଶୁକନ୍ୟାଙ୍କ ଫଟୋକୁ ନେଇ ଏବେ ସୋସିଆଲ ମିଡ଼ିଆରେ ପୁଣି ଚର୍ଚ୍ଚା ଜାରି ରହିଛି।

ଜାତିସଂଘରେ ଅବସ୍ଥାପିତ ଥିବା ୟୁକ୍ରେନର ରାଷ୍ଟ୍ରଦୂତ ସର୍ଗେଇ କିସଲିଟସିଆ କହିଛନ୍ତି ଯେ ଶିଶୁ କନ୍ୟାଙ୍କ ନାମ ଭେରୋନିକା ରଖାଯାଇଛି। ସର୍ଗେଇ ମାରିଆନାଙ୍କ ସହିତ ଭେରୋନିକାଙ୍କ ଫଟୋ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରିଛନ୍ତି। ଉଭୟ ମା’ ଏବଂ ଶିଶୁ ସୁସ୍ଥ ଥିବା ସର୍ଗେଇ ଜାତିସଂଘ ନିରାପତ୍ତା ପରିଷଦରେ କହିଛନ୍ତି।

ତେବେ ଏହି ଘଟଣାର ଫଟୋ ଓ ଭିଡ଼ିଓକୁ ସମ୍ପୂର୍ଣ୍ଣ ମିଥ୍ୟା ଏବଂ ଅନ୍ତର୍ଜାତୀୟସ୍ତରରେ ଜାଣିଶୁଣି ରୁଷିଆ ବିରୋଧରେ ପ୍ରଚାର କରାଯାଉଥିବା ନେଇ ଜାତିସଂଘରେ ଅବସ୍ଥାପିତ ରୁଷିଆ ରାଷ୍ଟ୍ରଦୂତ ଭାସିଲି ନେବେନ୍ୟା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri