ଦାୟିତ୍ୱ ନେଲେ ନାଲ୍‌କୋର ନୂଆ ଇଡି

ବଅଁରପାଳ,୩ା୧୨ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋର ନୂଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ନିଯୁକ୍ତି ପାଇଥିବା ଭୀମସେନ ପ୍ରଧାନ ଶୁକ୍ରବାର ସ୍ମେଲଟର ଓ ପାଓ୍ବାର କମ୍ପ୍ଲେକ୍ସଠାରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ଏସ୍‌ ଆଣ୍ଡ ପି କମ୍ପ୍ଲେକ୍ସର କର୍ମଚାରୀଗଣ, ସମସ୍ତ ୟୁନିୟନ ସଦସ୍ୟ, କଣ୍ଟ୍ରାକ୍ଟର ସଂଘ କର୍ମକର୍ତ୍ତା ନୂଆ ଇଡିଙ୍କୁ ସ୍ବାଗତ ଜଣାଇଥିଲେ। ଏହା ପୂର୍ବରୁ ପ୍ରଧାନ ନାଲ୍‌କୋ ଦାମନଯୋଡିଠାରେ ଜିଜିଏମ୍‌ ଭାବେ କାର୍ଯ୍ୟରତ ଥିଲେ। ଏନ୍‌ଆଇଟି ରାଉରକେଲାରୁ କେମିକାଲ ଇଞ୍ଜିନିୟରିଂରେ ସ୍ନାତକ ହାସଲ କରିଥିବା ପ୍ରଧାନ ନାଲ୍‌କୋରେ ଇଞ୍ଜିନିୟର ଭାବେ ଚାକିରି ଜୀବନ ଆରମ୍ଭ କରିଥିଲେ। ଦୀର୍ଘ ୩୭ ବର୍ଷ ଧରି ସେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ସଫଳତାର ସହ କାର୍ଯ୍ୟ ସମ୍ପାଦନ କରିଛନ୍ତି। ଭାରତ ସରକାରଙ୍କ ତରଫରୁ ଏକ ଆନ୍ତର୍ଜାତିକ ବ୍ୟବସାୟିକ ବିବାଦର ସମାଧାନ ଦିଗରେ ଗଠନ କରାଯାଇଥିବା ଏକ୍ସପର୍ଟ କମିଟିରେ ସେ ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri