ଏଚ୍‌ଏମ୍‌ଏସ୍‌ଆଇର ନୂତନ ଏଡିସନ ଉନ୍ମୋଚିତ

ଭୁବନେଶ୍ୱର, ୧୪।୧୦: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ନୂତନ ଏଡିସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷ କରି ହୋଣ୍ଡା ହାଇନେସ୍‌ ସିବି୩୫୦ ଏବଂ ସିବି୩୫୦ଆର୍‌ଏସ୍‌ର ନୂତନ ଏଡିସନ୍‌କୁ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଉଭୟ ବାଇକ୍‌କୁ ଯଥାକ୍ରମେ ଲିଗାସି ଏଡିସନ୍‌ ଓ ନିଉ ହ୍ୟୁ ଏଡିସନ୍‌ରେ ଉପଲବ୍ଧ କରାଉଛି।
ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ, ସଭାପତି ଓ ସିଇଓ ସୁସ୍ତୁମୁ ଓଟାନି କହିଛନ୍ତି, ଉତ୍ସବ ଋତୁ ପୂର୍ବରୁ ନୂଆ ହାଇନେସ୍‌ ସିବି୩୫୦ ଲିଗାସି ଏଡିସନ୍‌ ଓ ସିବି୩୫୦ଆର୍‌ଏସ୍‌ ନୂଆ ହ୍ୟୁ ଏଡିସନ୍‌କୁ ଭାରତ ବଜାରରେ ପ୍ରବେଶ (ଉନ୍ମୋଚନ) କରାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ନିର୍ଦ୍ଦେଶକ (ସେଲ୍‌ସ ଆଣ୍ଡ୍‌ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ଉତ୍ସବର ବାସ୍ତବ ଭାବକୁ ଉପସ୍ଥାପନ କରି ହାଇନେସ୍‌ ସିବି୩୫୦ ଲିଗାସି ଏଡିସନ୍‌ ଓ ସିବି ୩୫୦ ଆର୍‌ଏସ୍‌ ନ୍ୟୁ ହ୍ୟୁ ଏଡିସନ୍‌ର ଶୁଭାରମ୍ଭ କରି ଆମେ ବହୁତ ଖୁସି ଅଛୁ। ଏହି ସ୍ବତନ୍ତ୍ର ହାଇନେସ୍‌ ସିବି ୩୫୦ ଓ ସିବି ୩୫୦ ଆର୍‌ଏସ୍‌ର ବୁକିଂ ସାରା ଭାରତରେ ଥିବା ବିଗ୍‌ୱିଙ୍ଗ୍‌ ଡିଲରଶିପ୍‌ରେ ଆରମ୍ଭ ହୋଇଛି ଏବଂ ଡେଲିଭରି ଖୁବ୍‌ଶୀଘ୍ର ଆରମ୍ଭ ହେବ। ବିଶେଷ କରି ଉଭୟ ମୋଟରସାଇକେଲରେ ଉନ୍ନତ ଡିଜିଟାଲ୍‌ ଆନାଲଗ୍‌ ଇନଷ୍ଟ୍ରୁମେଣ୍ଟ କ୍ଲଷ୍ଟର୍‌, ଆସିଷ୍ଟ୍‌ ସ୍ଲିପର କ୍ଲଚ୍‌ ଓ ହୋଣ୍ଡା ସିଲେକ୍ଟେବଲ୍‌ ଟର୍କ କଣ୍ଟ୍ରୋଲ୍‌ ଆଦି ରହିଛି। ଉଭୟ ଗାଡ଼ିରେ ୩୪୮.୩୬ ସିସି ଏୟାର କୁଲ୍‌ଡ, ୪-ଷ୍ଟ୍ରୋକ୍‌, ସିଙ୍ଗିଲ୍‌ ସିଲିଣ୍ଡର ବିଏସ୍‌-୬ ଓବିଡି୨ ନିୟମ ପାଳନ କରୁଥିବା ଇଞ୍ଜିିନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri