ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା ସମେତ ଦେଶର ଭିନ୍ନକ୍ଷମ ଶ୍ରେଣୀଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ସମାନ ସୁଯୋଗ ପ୍ରଦାନ କରିବ ବୋଲି ଟୁଇଟ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଦିଗରେ ମୋଦି ସରକାରଙ୍କ ଥିବା ଅଦମ୍ୟ ପ୍ରତିବଦ୍ଧତାକୁ ନୂଆ ଶିକ୍ଷାନୀତି ସହାୟକ ହେବ। ଆବଶ୍ୟକ ଏବଂ ବିଶ୍ଲେଷଣ ଆଧାରିତ ଶିକ୍ଷା ଏବଂ ଛାତ୍ରୀଛାତ୍ରଙ୍କ ନୂଆ ଚିନ୍ତାଧାରାକୁ ବିକଶିତ କରିବା ପାଇଁ ପ୍ରସ୍ତୁତ ହୋଇଥବା ନୂଆ ନୀତି ଭାରତୀୟ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସଶକ୍ତ କରିବ। ୧୦+୨ ଢ଼ାଞ୍ଚାରେ ପରିବର୍ତ୍ତନ କରି ଏହା ସ୍ଥାନରେ ୫+୩+୩+୪ ବ୍ୟବସ୍ଥାର ସଂଶୋଧନ କରାଯାଇଛି। ବୈପ୍ଳବିକ ସଂସ୍କାରଭାବେ ପରିଗଣିତ ନୂଆ ଶିକ୍ଷା ନୀତି ଛାତ୍ରୀଛାତ୍ରଙ୍କ ସାମୂହିକ ବିକାଶକୁ ଗୁରୁତ୍ୱ ଦେବ ଓ ପିଲାଙ୍କର ବୌଦ୍ଧିକ କ୍ଷମତାକୁ ବିକଶିତ କରିବ। ନୂଆ ଜାତୀୟ ଶିକ୍ଷା ନୀତି-୨୦୨୦ ଦେଶର ଶିକ୍ଷା ବ୍ୟବସ୍ଥାରେ ରହିଥିବା ଦୂରତାକୁ ଦୂର କରିବ ଏବଂ ଆମ ଦେଶର ଶିକ୍ଷାଗତ ଦୃଶ୍ୟପଟ୍ଟକୁ ପରିବର୍ତ୍ତନ କରିବ। ସମାବେଶୀ କାର୍ଯ୍ୟକ୍ରମ ମୋଦି ସରକାରଙ୍କ ମନ୍ତ୍ର ହୋଇଛି ଏବଂ ଭାରତ ସରକାରଙ୍କ ସମସ୍ତ ନୀତି ଢ଼ାଞ୍ଚା ଏହାର ଉଦାହରଣ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri