ଖରା ଛୁଟି ପରେ ନୂଆ ଶିକ୍ଷା ନିୟମାବଳୀ, ଜାଣନ୍ତୁ…

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକ ଭାବେ ଶିକ୍ଷାଦାନ କରାଯିବ ସେଥିନିମନ୍ତେ ନିୟମାବଳୀ ପ୍ରସ୍ତୁତ ହୋଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ଏହି ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି।

କରୋନା କାଳରେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ବୋଲି ଓସେପା କର୍ତ୍ତୃପକ୍ଷ ଚିଠିରେ ଦର୍ଶାଇଛନ୍ତି।

କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେଲା ସିଲାବସର ଶତ ପ୍ରତିଶତ ପାଠପଢ଼ା ହୋଇ ପାରୁ ନ ଥିବାରୁ ପାଠପଢ଼ା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଚଳିତ ଶିକ୍ଷା ବର୍ଷରେ ସ୍କୁଲ ପାଠପଢ଼ା ସମ୍ପୂର୍ଣ୍ଣ ସ୍ବାଭାବିକ ହେବ ବୋଲି ଆଶା ଥିବା ବେଳେ ଶତ ପ୍ରତିଶତ ପାଠ୍ୟ ଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢ଼ା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। ଶିକ୍ଷକ ଶିକ୍ଷୟିତ୍ରୀ ଠିକ ଭାବେ ପାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢ଼ା ତଥ୍ୟ ବିଦ୍ୟାଳୟରେ ସୱତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ସେହିଭଳି ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ। ସିଆର୍‌ସିସିମାନେ ନିଜ କ୍ଲଷ୍ଟରରେ ପାଠପଢ଼ା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ। ବିଦ୍ୟାର୍ଥୀଙ୍କ ଉପଯୋଗୀ ପରିବେଶ ବିଦ୍ୟାଳୟରେ ସୃଷ୍ଟି କରାଯିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାହାର ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଥିବା ଚିଠିରେ ଉଲ୍ଲେଖ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri