ଖରା ଛୁଟି ପରେ ନୂଆ ଶିକ୍ଷା ନିୟମାବଳୀ, ଜାଣନ୍ତୁ…

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକ ଭାବେ ଶିକ୍ଷାଦାନ କରାଯିବ ସେଥିନିମନ୍ତେ ନିୟମାବଳୀ ପ୍ରସ୍ତୁତ ହୋଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) ପକ୍ଷରୁ ଏହି ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ ଓ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି।

କରୋନା କାଳରେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ବୋଲି ଓସେପା କର୍ତ୍ତୃପକ୍ଷ ଚିଠିରେ ଦର୍ଶାଇଛନ୍ତି।

କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେଲା ସିଲାବସର ଶତ ପ୍ରତିଶତ ପାଠପଢ଼ା ହୋଇ ପାରୁ ନ ଥିବାରୁ ପାଠପଢ଼ା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ଚଳିତ ଶିକ୍ଷା ବର୍ଷରେ ସ୍କୁଲ ପାଠପଢ଼ା ସମ୍ପୂର୍ଣ୍ଣ ସ୍ବାଭାବିକ ହେବ ବୋଲି ଆଶା ଥିବା ବେଳେ ଶତ ପ୍ରତିଶତ ପାଠ୍ୟ ଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢ଼ା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। ଶିକ୍ଷକ ଶିକ୍ଷୟିତ୍ରୀ ଠିକ ଭାବେ ପାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢ଼ା ତଥ୍ୟ ବିଦ୍ୟାଳୟରେ ସୱତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ। ସେହିଭଳି ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ। ସିଆର୍‌ସିସିମାନେ ନିଜ କ୍ଲଷ୍ଟରରେ ପାଠପଢ଼ା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ। ବିଦ୍ୟାର୍ଥୀଙ୍କ ଉପଯୋଗୀ ପରିବେଶ ବିଦ୍ୟାଳୟରେ ସୃଷ୍ଟି କରାଯିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାହାର ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଥିବା ଚିଠିରେ ଉଲ୍ଲେଖ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri