ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦, ୧୦୧, ୧୦୨, ୧୦୪, ୧୦୮, ୧୮୧ ଓ ୧୦୯୮ ଏସବୁକୁ ଏକୀଭୂତ କରି ଗୋଟିଏ ନମ୍ବର ୧୧୨ରେ ପରିଣତ କରାଯାଇଛି। ପୋଲିସ ଆମ୍ବୁଲାନ୍ସ, ଦମକଳ ତଥା ମହିଳା ହେଲ୍ପ ଲାଇନ ଭଳି ବିଭିନ୍ନ ଜରୁରୀ ସେବା ପାଇଁ ଏଣିକି ଭିନ୍ନ ଭନ୍ନ ନମ୍ବରକୁ ଡାଏଲ କରିବାକୁ ପଡିବ ନାହିଁ । ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ଜରୁରୀ ସହାୟତା ଗୋଟିଏ ନମ୍ବର ୧୧୨ରେ ଉପଲବ୍ଧ ହେବା ଦ୍ବାରା ଜନସାଧାରଣଙ୍କୁ ଅଧିକ ଦକ୍ଷତାର ସହ ଉତ୍ତମ ସେବା ଯୋଗାଇ ଦେବାରେ ପୋଲିସ ସଫଳ ହେବ ଏବଂ ବ୍ୟବସ୍ଥା ପ୍ରତି ଲୋକଙ୍କ ଆସ୍ଥା ଅଧିକ ମଜବୁତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏଥିସହ ୧୧୨ ଜରିଆରେ ସାଧାରଣ ଲୋକଙ୍କୁ ଦକ୍ଷତାର ସେବା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ବିଭାଗର ୧୦୯୮ଟି ବିଭିନ୍ନ ପଦବୀ ସୃଷ୍ଟିକୁ ମଧ୍ୟ ଅନୁମୋଦନ କରିଛି। ଏହି ସେବା ପାଇଁ ୪ଜଣ ଡିଏସ୍‌ପି, ୧୫୧ ସବଇନ୍ସପେକ୍ଟର, ୨୦୩ ସହକାରୀ ସବ ଇନ୍ସପେକ୍ଟର ଏବଂ ୭୪୦ ଜଣ କନେଷ୍ଟବଳ ନିୟୋଜିତ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri