ବିଧାନସଭାରେ ନୂଆ ପରୀକ୍ଷା ବିଲ୍‌ ପାରିତ: କ’ଣ ରହିଛି ନିୟମ

ଭୁବନେଶ୍ୱର,୬।୧୨: ବିଧାନସଭାରେ ଶୁକ୍ରବାର ପାରିତ ହୋଇଛି ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌-୨୦୨୪ । ପରୀକ୍ଷାରେ ଅନିୟମିତତା ସହ ତ୍ରୁଟି ରୋକିବାକୁ ରାଜ୍ୟ ସରକାର ଏହି ବିଲ୍‌ ଆଣିଛନ୍ତି। ନୂଆ ବିଲ୍‌ରେ କଠୋର ଦଣ୍ଡବିଧାନ ସହ ଜରିମାନା ବ୍ୟବସ୍ଥା ରହିଛି।

ଯଦି କୌଣସି ବ୍ୟକ୍ତିବିଶେଷ ଏହି ଅଧିନିୟମ ଅଧୀନରେ ଅପରାଧ କରି ପ୍ରମାଣିତ ହୁଅନ୍ତି ତେବେ ସେ ଅତି କମରେ ୩ରୁ ୫ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ଭୋଗିବେ। ଏପରିକି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିବ। ଜରିମାନା ପ୍ରଦାନରେ ଖିଲାପ କଲେ ଭାରତୀୟ ନ୍ୟାୟ ସଂହିତା, ୨୦୨୩ ଅନୁସାରେ ଦଣ୍ଡିତ ହେବେ।

ଅନ୍ୟପକ୍ଷେ ସେବା ଯୋଗାଣକାରୀ ସଂସ୍ଥା ତ୍ରୁଟି କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବେ। ଏପରିକି ସେବା ଯୋଗାଣକାରୀଙ୍କଠାରୁ ଆନୁପାତିକ ପରୀକ୍ଷା ଖର୍ଚ୍ଚ ମଧ୍ୟ ଆଦାୟ କରାଯିବ ଏବଂ ୪ ବର୍ଷ ପର୍ଯ୍ୟନ୍ତ କୌଣସି ସାର୍ବଜନୀନ ପରୀକ୍ଷା ସଞ୍ଚାଳନରେ ପ୍ରତିବନ୍ଧକ ଲଗାଯିବ।

ଏପରିକି ଅଧିକାରୀଙ୍କ ସହଯୋଗ, ସହମତିରେ ତ୍ରୁଟି ହେଲେ କଠୋର ଦଣ୍ଡ ବିଧାନ ଲାଗୁ କରାଯିବ। ସମ୍ପୃକ୍ତ ଅଧିକାରୀଙ୍କୁ ୩ରୁ ୧୦ ବର୍ଷ ଯାଏ ଜେଲ ଦଣ୍ଡ ସହ ଜରିମାନା କରାଯିବ। କୌଣସି ଅନୁଷ୍ଠାନ ସମ୍ପୃକ୍ତ ଥିଲେ ତାହାର ସମ୍ପତ୍ତି ବାଜ୍ୟାପ୍ତ ଓ ଜବତ କରାଯିବ। ବାଜ୍ୟାପ୍ତ ସମ୍ପତ୍ତିରୁ ଆନୁପାତିକ ପରୀକ୍ଷା ଖର୍ଚ୍ଚ ଆଦାୟ କରାଯିବ। ସୂଚନା ଯେ, ଜଣେ ଡିଏସ୍‌ପି ବା ଏସିପି ର଼୍ୟାଙ୍କର ଅଧିକାରୀ ମାମଲାର ତଦନ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri