Posted inଜାତୀୟ

ଚଷମା ଆବଶ୍ୟକତା ଦୂର କରିବ ନୂଆ ଆଇଡ୍ରପ୍‌

ନୂଆଦିଲ୍ଲୀ,୪ା୯: ଚଷମା ଆବଶ୍ୟକତାକୁ ଦୂର କରିବ ନୂଆ ଆଇଡ୍ରପ୍‌। ଭାରତର ଔଷଧ ନିୟାମକ ସଂସ୍ଥା ଡିସିଜିଆଇ ଉକ୍ତ ଆଇଡ୍ରପ୍‌କୁ ଅନୁମୋଦନ କରିଛି। ଅକ୍ଟୋବରରୁ ଏହା ୩୫୦ ଟଙ୍କାରେ ଉପଲବ୍ଧ ହେବାକୁ ଯାଉଛି। ମୁମ୍ବାଇର ଏଣ୍ଟୋଡ୍‌ ଫାର୍ମାସ୍ୟୁଟିକାଲ୍ସ ପ୍ରସ୍ତୁତ କରିଥିବା ପ୍ରେସ୍‌ଭୁ ଆଇଡ୍ରପ୍‌ସ ଚାଳିଶାଜନିତ ଦୃଷ୍ଟିଦୋଷ (ପ୍ରେସ୍‌ବିଓପିଆ) ଚିକିତ୍ସା ପାଇଁ ବ୍ୟବହାର କରାଯିବ। ବିଶ୍ୱବ୍ୟାପୀ ୧୦୯ରୁ ୧୮୦ କୋଟି ଲୋକ ଏହି ସମସ୍ୟାର ସମ୍ମୁଖୀନ। ସାଧାରଣତଃ ୪୫ ବର୍ଷ ପରେ ଏହି ସମସ୍ୟା ଆରମ୍ଭ ହୋଇ ପାଖାପାଖି ୭୦ ବର୍ଷ ପର୍ଯ୍ୟନ୍ତ ରହିଥାଏ। କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂସ୍ଥା (ସିଡିଏସ୍‌ସିଓ) ସବ୍‌ଜେକ୍ଟ ଏକ୍ସପର୍ଟ କମିଟି (ଏସ୍‌ଇସି)ର ସୁପାରିସ କ୍ରମେ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ (ଡିଜିସିଆଇ)ଠାରୁ ଏଣ୍ଟୋଡ୍‌ ଫାର୍ମାସ୍ୟୁଟିକାଲ୍ସ ଚୂଡ଼ାନ୍ତ ଅନୁମୋଦନ ହାସଲ କରିଛି। ଚଷମା ଆବଶ୍ୟକତା ଦୂର କରିବାରେ ଭାରତରେ ଏହା ପ୍ରଥମ ଆଇଡ୍ରପ୍‌ ହେବାକୁ ଯାଉଛି। ଆଇଡ୍ରପ୍‌ର ଅତ୍ୟାଧୁନିକ ଟେକ୍‌ନୋଲୋଜି ଯୋଗୁ ଏହାକୁ ଦୀର୍ଘବର୍ଷ ଯାଏ ସୁରକ୍ଷିତ ଏବଂ ଫଳପ୍ରଦ ଭାବେ ବ୍ୟବହାର କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?