ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ…

ଛତ୍ରପୁର,୨୮ା୭(ଦିଲ୍ଲୀପ ସାମଲ): ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ କରିଥିଲେ। ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲାରେ ଆଇଏଏସ୍‌ ପ୍ରୋବିସନାଲ ରହିବା ସହ ବ୍ରହ୍ମପୁର ଉପଜିଲାପାଳ ଓ ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ସୂଚାରୁ ରୂପେ ତୁଲାଇ ଥିଲେ। ଗଞ୍ଜାମ ଜିଲାର ପୂର୍ବ ଅନୁଭୂତି ପୁଣି ଅଧିକ ସପୋର୍ଟ କରିବ ବୋଲି କହିଥିଲେ। ଗଞ୍ଜାମ ଜିଲାରେ ଏଣିକି ପ୍ରତି ବ୍ଲକ୍‌ସ୍ତରୀୟ ଜନଶୁଣାଣି ହେବ। ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଓ ସମାୟାନୁବର୍ତ୍ତିତା ଅଲମ୍ବନ ସହ ସରକାରଙ୍କ ବିଭିନ୍ନ ଜଣକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ରହିବ। ଜନସାଧାରଣଙ୍କ ନିକଟରୁ ଆସୁଥିବା ଅଭିଯୋଗଗୁଡିକ ତୁରନ୍ତ ସମାଧାନ କରିବା ପ୍ରାଥମିକତା ରହିବ ବୋଲି କହିଥିଲେ। ବିଭିନ୍ନ ବିକାଶମୂଳକ ଯୋଜନାଗୁଡ଼ିକ ଯେପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ସହ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବା ଉପରେ ଅଧିକ ଫୋକସ ରହିବ। ଜିଲାରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯେପରି ସଠିକ୍‌ ସମୟରେ ଶେଷ ହେବ ସେଥିପ୍ରତି ପ୍ରାଧାନ୍ୟ ଦିଆଯିବ। ଦାୟିତ୍ୱ ଗ୍ରହଣ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ଦର୍ଶନ ଓ ଆଶୀର୍ବାଦ ନେଇଥିଲେ। କାର୍ଯ୍ୟାଳୟ ପହଞ୍ଚିବା ପରେ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ। ପୂର୍ବରୁ ଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲାପାଳ ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?