ଶିମିଳିପାଳରେ ନୂତନ ଅଦା ଜାତୀୟ ଉଦ୍ଭିଦ

ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ଶିମିଳିପାଳ ସଂରକ୍ଷିତ ଜୈବମଣ୍ଡଳରୁ ଏକ ନୂତନ ଅଦା ଜାତୀୟ ଉଦ୍ଭିଦ ଆବିଷ୍କାର କରିଛି। ବିଭାଗର ସହକାରୀ ପ୍ରାଧ୍ୟାପକ ଡ.ସୁଦାମ ଚରଣ ସାହୁଙ୍କ ତତ୍ତ୍ୱାବଧାନରେ ଗବେଷଣାରତ ଛାତ୍ରୀ ସିଫନ ପ୍ରିୟଦର୍ଶିନୀଙ୍କ ଦ୍ୱାରା ଶିମିଳିପାଳ ଅଭୟାରଣ୍ୟର କୁଳିପାଳ ଅଞ୍ଚଳରୁ ଏହି ନୂତନ ଉଦ୍ଭିଦ ଆବିଷ୍କାର କରାଯାଇଛି। ପ୍ରାକ୍‌ ଗବେଷଣା ଲବ୍ଧ ତଥ୍ୟ ଅନୁଯାୟୀ ଓଡ଼ିଶାରେ ମୋଟ ୮ ପ୍ରଜାତି ଏବଂ ୨୯ ଜାତିର ଅଦା ଜାତୀୟ ଉଦ୍ଭିଦ ଦେଖାଯାଇଥାଏ। ଏହି ଉଦ୍ଭିଦ ଉପରେ ପର୍ଯ୍ୟବସିତ ୩ ବର୍ଷର ଗବେଷଣା ମଧ୍ୟରେ ଏହାକୁ ଠାବ କରାଯାଇଛି। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦିନ ଏହି ଉଦ୍ଭିଦଟି ଗବେଷକମାନଙ୍କ ଅନୁସନ୍ଧାନ ତଥା ପର୍ଯ୍ୟବେକ୍ଷଣରୁ ପ୍ରାପ୍ତ ହୋଇଥିବାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅର୍ପଣକରି ତାଙ୍କ ନାମ ଅନୁଯାୟୀ ‘ଜିଞ୍ଜିବର ଜଗନ୍ନାଥି’ ଭାବେ ନାମକରଣ କରାଯାଇଛି। ଏକ ଅନ୍ତର୍ଜାତୀୟ ଗବେଷଣାମୂଳକ ପତ୍ରିକା ‘ଫାଇଟୋଟାକ୍ସା’ରେ ୨୦୨୫ ଫେବୃଆରୀ ୪ରେ ଏ ସମ୍ପର୍କିତ ତଥ୍ୟ ପ୍ରକାଶ ପାଇଛି। ଗବେଷକଙ୍କ କହିବା ଅନୁଯାୟୀ, ଏହି ଉଦ୍ଭିଦଟି ଶିମିଳିପାଳର ନିର୍ଦ୍ଦିଷ୍ଟ ଏକ ଅଞ୍ଚଳରୁ ଠାବ କରାଯାଇଥିବାରୁ ଏହାର ସଂରକ୍ଷଣ ଏବଂ ସଂଖ୍ୟାବୃଦ୍ଧିର ଆବଶ୍ୟକତା ରହିଛି। ଉଦ୍ଭିଦ ବିଜ୍ଞାନ ଗବେଷକ ଡ. ସାହୁଙ୍କ ମତ ଅନୁସାରେ ଶିମିଳିପାଳ ଏକ ଜୈବ ବିବିଧତାର କେନ୍ଦ୍ରସ୍ଥଳୀ ହୋଇଥିବାରୁ କନ୍ଦା ଓ ଅଦା ଜାତୀୟ ଉଦ୍ଭିଦର ବ୍ୟବହାର ଏବଂ ଔଷଧୀୟ ଗୁଣବତ୍ତା ଉପରେ ଗବେଷଣା ଏକାନ୍ତ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?